ଓଡ଼ିଶା 365 (ବ୍ୟୁରୋ): ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ପୁଣି ଆସୁଛି ଏକ ଘୂର୍ଣ୍ଣିବଳୟ। ଆସନ୍ତା ସପ୍ତାହରେ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ଉତ୍ତର ବଙ୍ଗୋପ ସାଗରର ପଶ୍ଚିମ-ଉତ୍ତର-ପଶ୍ଚିମ ଆଡକୁ ଗତି କରିପା। ଏନେଇ ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ। ଉତ୍ତର ଛତିଶଗଡ ଏବଂ ନିକଟବର୍ତ୍ତି ଅଞ୍ଚଳରେ ଜାରି ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ମଧ୍ୟପ୍ରଦେଶ ଦେଇ ଗତି କରିବ । ଏହାର ପ୍ରଭାବରେ ସେପ୍ଟେମ୍ବର ୧୫ରୁ ୧୮ ଏବଂ ୧୯ ତାରିଖ ଓଡ଼ିଶାର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଠାଏ ଠଏ ଘଡଘଡି ସହ ବର୍ଷା ସମ୍ଭାବନା ମଧ୍ୟ ରହିଛି । ଗୁରୁବାର ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର, ନୂଆପଡା, ବରଗଡ, ଝାରସୁଗୁଡା ଏବଂ ସୁନ୍ଦରଗଡ ଜିଲ୍ଲାକୁ ଆଜି ରେଡ ୱାର୍ଣ୍ଣିଂ ଜାରି କରାଯାଇଛି ।
ପାଣିପାଗ ବିଭାଗ ସୂଚନା ମୁତାବକ, ସେପ୍ଟେମ୍ବର ୧୫ରୁ ୨୧ ମଧ୍ୟରେ ଏହି ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଯାହା ସେପ୍ଟେମ୍ବର ୨୨ରୁ ୨୮ ମଧ୍ୟରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିପାରେ ।