ଓଡ଼ିଶା 365 (ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗରେ ସକ୍ରିୟ ରହିଛି ଲଘୁଚାପ । ଏଣୁ ଏହାର ପ୍ରଭାବରେ ପ୍ରବଳ ବର୍ଷା ନେଇ ୯ ଜିଲ୍ଲାକୁ ଆଲର୍ଟ କରାଯାଇଛି । ଭଦ୍ରକ, ବାଲେଶ୍ୱର. ଯାଜପୁର, କେନ୍ଦ୍ରାପଡା, କଟକ, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ସୁନ୍ଦରଗଡ, ଦେବଗଡ, ଝାରସୁଗୁଡା, ବରଗଡ, ନୂଆପଡା, ବଲାଙ୍ଗୀର, ସୋନପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରେ ବିଜୁଳି, ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । ଏନେଇ ଏହି ସବୁ ଜିଲ୍ଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ।
ସେହିପରି ଆସନ୍ତା କାଲୁ ପାଇଁ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ବରଗଡ଼, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ଏଣୁ ଏହିସବୁ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି । ୨୧ ତାରିଖ ଦିନ ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ବରଗଡ଼, ସୋନପୁର, ଝାରସୁଗୁଡ଼ା, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାରେ ମଧ୍ୟ ପ୍ରବଳରୁ ଅତିପ୍ରବଳ ହେବାର ସମ୍ଭାବନା ରହିଛି।