ଓଡ଼ିଆ ନ୍ୟୁଜ(ବ୍ୟୁରୋ): ଆଜି ବିଧାନସଭାରେ ଆଗତ ହୋଇଛି ଅତିରିକ୍ତ ବଜେଟ୍। ଗୃହରେ ୨୦୨୩-୨୪ ବର୍ଷର ୨୮, ୨୦୦ କୋଟିର ଅତିରିକ୍ତ ବଜେଟ୍ ଆଗତ କରିଛନ୍ତି ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ । ଏହି ଅତିରିକ୍ତ ବଜେଟରେ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ପାଇଁ ୪୦୮୩ କୋଟି ଟଙ୍କା ବ୍ୟୟ ବରାଦ ହୋଇଛି । ବିଦ୍ୟାଳୟ ଓ ଗଣଶିକ୍ଷା ପାଇଁ ୨, ୮୮୨କୋଟି ଟଙ୍କା ବ୍ୟୟ ବରାଦ ହୋଇଛି । କୃଷି ଓ ଆନୁଷଙ୍ଗିକ କ୍ଷେତ୍ର ପାଇଁ ୪,୦୬୭କୋଟି । ସ୍ବାସ୍ଥ୍ୟ ଓ ଭିତ୍ତିଭୂମି ବିକାଶ ପାଇଁ ୧,୩୨୭ କୋଟି ଟଙ୍କା ଅତିରିକ୍ତ ବଜେଟରେ ବ୍ୟୟ ବରାଦ ହୋଇଛି । ଅନୁସୂଚିତ ଜାତି ଓ ଜନଜାତି ବିକାଶ ପାଇଁ ୧,୩୫୫ କୋଟି । ମିଶନ ଶକ୍ତି ବାବଦକୁ ୭୮୩ କୋଟି ଟଙ୍କା ଖର୍ଚ୍ଚ ହେବ ।
ସେହିପରି ଗ୍ରାମ୍ୟ ଉନ୍ନୟନ ପାଇଁ ୮୯୭ କୋଟି ଟଙ୍କା ଅତିରିକ୍ତ ବଜେଟରୁ ଖର୍ଚ୍ଚ ହେବା ନେଇ ସ୍ଥିର ହୋଇଛି । ଓଡ଼ିଶାରେ ମେଟ୍ରୋ ପ୍ରକଳ୍ପ ପାଇଁ ୨୧୦ କୋଟି ଟଙ୍କା ବ୍ୟୟ ବରାଦ ହୋଇଛି । ଶୋକ ପ୍ରସ୍ତାବ ଆଗତ ପରେ ଗୃହ ମୁଲତବୀ, ଅପରାହ୍ନରେ ଆଗତ ହେବ ଅତିରିକ୍ତ ବଜେଟ ସେହିପରି ମଧୁବାବୁ ପେନସନ ଯୋଜନା ପାଇଁ ୫ଶହ କୋଟି ଟଙ୍କାର ବ୍ୟୟ ବରାଦ ହୋଇଛି । ପ୍ରଧାନମନ୍ତ୍ରୀ ଗ୍ରାମସଡ଼କ ଯୋଜନା ପାଇଁ ୫ଶହ ୫୦ କୋଟି, ଓଡିଶା ଆଦର୍ଶ ବିଦ୍ୟାଳୟ ପାଇଁ ୧୦୬ କୋଟି, ସ୍ମାର୍ଟସିଟି ଯୋଜନାକୁ ୧୦୦ କୋଟି, ଆମ ଓଡ଼ିଶା ନବୀନ ଓଡ଼ିଶା ପାଇଁ ୧ ହଜାର ୩ଶହ ୨ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି ।