ଓଡ଼ିଶା 365 (ବ୍ୟୁରୋ): ସୁନ୍ଦରଗଡ଼କୁ ଏବେ ଘାରିଛି ସ୍କ୍ରବ୍ ଟାଇଫସ୍ ଚିନ୍ତା। ଆଜି ପୁଣଇ ୧୦ ଜଣ ସ୍କ୍ରବ୍ ଟାଇଫସ୍ ପଜିଟିଭ୍ ଚିହ୍ନଟ । ଜିଲ୍ଲାରେ ସ୍କ୍ରବ୍ ଟାଇଫସ୍ ପଜିଟିଭ୍ ସଂଖ୍ୟା ବୃଦ୍ଧି ପାଇ ଏବେ ୨୨୧କୁ ଛୁଇଁଛି । ଏନେଇ ସୂଚନା ଦେଲେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ । ସ୍କ୍ରବ୍ ଟାଇଫସ୍ ପାଇଁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସଚେତନ ସୃଷ୍ଟି କରାଯାଉଛି । ଜଙ୍ଗଲର ତଥା ବିଲବାଡ଼ିକୁ ଯିବା ସମୟରେ ସମ୍ପୂର୍ଣ୍ଣ ଶରୀରକୁ ଘୋଡ଼ାଇ ରଖିବା ପାଇଁ ପରାମର୍ଶ ଦିଆଯାଇଛି । ସଂକ୍ରମଣକୁ ନିୟନ୍ତ୍ରଣ କରିବାକୁ ଔଷଧ, ଟେଷ୍ଟିଂ ବ୍ୟବସ୍ଥା ମଧ୍ୟ କରାଯାଉଛି । ସାଧାରଣତଃ ଜୁଲାଇରୁ ନଭେମ୍ବର ମାସରେ ସ୍କ୍ରବ୍ ଟାଇଫ୍ସ ସଂକ୍ରମଣ ଦେଖିବାକୁ ମିଳିଥାଏ । ଚିଗର୍ସ ନାମକ ଏକ କୀଟ କାମୁଡ଼ିବା ଦ୍ବାରା ଲୋକଙ୍କ ଶରୀରରେ ସଂକ୍ରମଣ ଆରମ୍ଭ ହୋଇଥାଏ। ଟିଙ୍କ ଜାତୀୟ ଏହି ଅତି କ୍ଷୁଦ୍ର କୀଟ ସର୍ବସାଧାରଣ ପୋଖରୀ, ଜଙ୍ଗଲ ଓ ଚାଷ ଜମିରେ ଦେଖିବାକୁ ମିଳିଛି ।
ସୂଚନାଥାଉ ଯେ, ସୁନ୍ଦରଗଡ଼ ଓ ବରଗଡ଼ ଜିଲ୍ଲାରେ ଆକ୍ରାନ୍ତଙ୍କ ସଙ୍ଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ଡାକ୍ତରୀ ଦଳ ପଠାଯାଇଛି । ସ୍କ୍ରବ ଟାଇଫସରେ ଆକ୍ରାନ୍ତ ହୋଇ ଲୋକଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗର ତଦନ୍ତ ପାଇଁ ଜଣେ ଯୁଗ୍ମ ନିର୍ଦ୍ଦେଶକ ଓ ଜଣେ ମହାମାରୀ ବିଶେଷଜ୍ଞଙ୍କୁ ମଧ୍ୟ ଉଭୟ ସୁନ୍ଦରଗଡ ଓ ବରଗଡ ଜିଲ୍ଲାକୁ ପଠାଯାଇଛି । ଆଜି ବସିବ ପ୍ରଥମ ବୈଠକ ତେବେ ସୁନ୍ଦରଗଡ଼ ଜିଲ୍ଲାରେ ଗତ ଜାନୁଆରୀରୁ ଏପର୍ଯ୍ୟନ୍ତ ଏହି ରୋଗରେ ଜଣେ ରୋଗୀଙ୍କ ମୃତ୍ୟୁ ଘଟିଛି । ଅନ୍ୟ ସମସ୍ତ ଆକ୍ରାନ୍ତ ସୁସ୍ଥ ଥିବା ନେଇ ବିଭାଗ ସୂଚନା ଦେଇଛି ।