ଓଡ଼ିଶା 365 (ବ୍ୟୁରୋ): ଗତକାଲି ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି ସମ୍ପର୍ଣ୍ଣ ହୋଇଛି। ଆଜି ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବଳିବାମନ ବେଶ । ବାମନ ରୂପୀ ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ବିଜେ କରିବେ। ଶ୍ରୀବଳଭଦ୍ର ରାଜ ବେଶ ଧାରଣ କରିବାକୁ ଥିବା ବେଳେ ଦେବୀ ସୁଭଦ୍ରା ସାଧାରଣ ବେଶରେ ସଜିତ ହେବେ।
ଶ୍ରୀମନ୍ଦିରରେ ଦ୍ଵିପ୍ରହର ଧୂପ ସରିବା ପରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କୁ ବାମନ ବେଶରେ ସଜ୍ଜିତ କରାଯିବ। ଏହି ବେଶ ବଡ଼ସିଂହାର ପୂଜା ପର୍ଯ୍ୟନ୍ତ ରହିବ।ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ସ୍ଵର୍ଣ୍ଣ ଅଳଙ୍କାର ବିଭୂଷିତ କରାଯିବ। ମହାପ୍ରଭୁ ବିଷ୍ଣୁ ପଞ୍ଚମ ଅବତାରରେ ବାମନ ରୂପ ନେଇ ବଳି ମହାରାଜଙ୍କୁ ପାତାଳରେ ଚାପି ଦେଇଥିଲେ। ତେଣୁ ସେହି ସ୍ମୃତିକୁ ବହନ କରି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଳିବାମନ ବେଶ ଅନୁଷ୍ଠିତ ହୋଇ ଆସୁଛି।