ଓଡ଼ିଶା 365 (ବ୍ୟୁରୋ): ପୁଣି ଓଡ଼ିଶା ମୁହାଁ ହେଉଛି ଆଉ ଏକ ଲଘୁଚାପ। ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆସନ୍ତା ଶୁକ୍ରବାର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ଶନିବାର ଏହା ଲଘୁଚାପ ରୂପ ନେବ । ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ୧, ୨ ଓ ୩ ତାରିଖରେ ରାଜ୍ୟରେ ନିର୍ଧୁମ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
ଭାରତୀୟ ପାଣିପାଗ ବିଭାଗ ଆକଳନ ଅନୁସାରେ, ୧, ୨ ଓ ୩ ତାରିଖରେ ରାଜ୍ୟର ବିସ୍ତୃତ ଅଞ୍ଚଳରେ ଭଲ ବର୍ଷା ହେବ । ୨୮ ତାରିଖରୁ ରାଜ୍ୟରେ ବର୍ଷା ଆରମ୍ଭ ହୋଇଯିବ । ୨୯ରେ କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ପରେ ମଧ୍ୟ ଭଲ ବର୍ଷା ହେବ । ୧ ତାରିଖରେ ପଶ୍ଚିମ ଓଡ଼ିଶା ଓ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ବଲାଙ୍ଗୀର, ସମ୍ବଲପୁର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । କିଛି ସ୍ଥାନରେ ୭୦ରୁ ୨୦୦ମିମି ଯାଏ ବର୍ଷା ସମ୍ଭାବନା ଅଛି ।