ଓଡ଼ିଶା 365 (ବ୍ୟୁରୋ): ବିଧାନସଭା ମୌସୁମୀ ଅଧିବେଶନର ଆଜି ପଞ୍ଚମ ଦିନ। ଆଜି ଗୃହ କାର୍ଯ୍ୟ ଆରମ୍ଭରୁ ଗୃହରେ ସ୍ୱାଭାବିକ ରହିଛି ପ୍ରଶ୍ନକାଳ। କ୍ରୀଡ଼ା ବିଭାଗର ବିଭିନ୍ନ ପ୍ରଶ୍ନ ଉପରେ ଉତ୍ତର ରଖୁଛନ୍ତି ବିଭାଗୀୟ ମନ୍ତ୍ରୀ । ଏହା ସହ ଆଜି ଗୃହରେ ରାଜସ୍ୱ ବିପର୍ଯ୍ୟୟ ପରିଚାଳନା, ଜଳସମ୍ପଦ, ଯୋଜନା ଓ ସଂଯୋଜନା, ବାଣିଜ୍ୟ, ପରିବହନ ବିଭାଗକୁ ନେଇ ପ୍ରଶ୍ନୋତ୍ତର କାର୍ଯ୍ୟ ରହିଛି ।
ତେବେ ଆଜି ଅପରାହ୍ଣରେ ବିରୋଧୀ ବିଭିନ୍ନ ପ୍ରସଙ୍ଗକୁ ନେଇ ସରକାରଙ୍କୁ ଘେରିପାରନ୍ତି । ଶିକ୍ଷକ ଆନ୍ଦୋଳନ, ଅଙ୍ଗନବାଡ଼ି କର୍ମୀ ଏବଂ ଆୟୁଷ ଡାକ୍ତରଙ୍କ ଆନ୍ଦୋଳନ ପ୍ରସଙ୍ଗରେ ସରକରାଙ୍କୁ ଘେରିପାରନ୍ତି ବିରୋଧୀ । ସୂଚନାଥାଉକି, ଗତକାଲି ଚତୁର୍ଥ ଦିନରେ ପ୍ରଶ୍ନକାଳ ସ୍ୱାଭାବିକ ଥିବା ବେଳେ ଶୂନ୍ୟକାଳରେ ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ଗୃହକାର୍ଯ୍ୟ ବାରମ୍ବାର ବାଧାପ୍ରାପ୍ତ ହୋଇଥିଲା । ବାଚସ୍ପତି ସର୍ବଦଳୀୟ ବୈଠକ ଡାକି ଆଲୋଚନା କରିଥିଲେ ମଧ୍ୟ ଏହାର କୌଣସି ସୁଫଳ ମିଳିନଥିଲା । ଫଳରେ ଗୃହକୁ ମୁଲତବୀ ଘୋଷଣା କରାଯାଇଥିଲା ।