ଓଡ଼ିଶା 365 (ବ୍ୟୁରୋ): ଲଘୁଚାପରେ ପରିଣତ ହୋଇଛି ମିଆଁମାର୍ ସଂଲଗ୍ନ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ । ଯାହାକି ସମୁଦ୍ର ପତନ ଠାରୁ ୭.୬ କିଲୋମିଟର ଯାଏଁ ଆଉ ଏକ ଘୂର୍ଣ୍ଣିବଳୟ ସହ ଯୋଡ଼ି ହୋଇଛି । ଲଘୁଚାପ ଆସନ୍ତା ୪୮ ଘଣ୍ଟାରେ ଆହୁରି ଘନୀଭୂତ ହେବ । ସ୍ପଷ୍ଟ ଚିହ୍ନିଚ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇ ଏହା ଉତ୍ତରପଶ୍ଚିମ ଦିଗରେ ଉତ୍ତର ଓଡ଼ିଶା ଓ ସଂଲଗ୍ନ ପଶ୍ଚିମବଙ୍ଗ ଉପକୂଳକୁ ମୁହାଁଇ ବଳ ଗୋଟାଇବ । ଏହାର ପ୍ରଭାବରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏନେଇ ଆକଳନ କରିଛି ପାଣିପାଗ ବିଭାଗ। ଏନେଇ ଶୁକ୍ରବାର ପ୍ରବଳ ବର୍ଷା ନେଇ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଏବଂ ଭଦ୍ରକକୁ ସତର୍କତା ଜାରି କରିଛି ପାଣିପାଗ ବିଭାଗ। ସେହିପରି ପ୍ରବଳ ବିଜୁଳି ଘଡ଼ଘଡ଼ି ନେଇ ୨୦ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।
୩୦ ତାରିଖରେ ପ୍ରବଳ ବର୍ଷା ନେଇ ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ଼, ଦେବଗଡ଼ ଏବଂ ସମ୍ବଲପୁରକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ୧୧ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।ଏହି ସବୁ ଜିଲ୍ଲାରେ ୭୦ ରୁ ୨୦୦ ମିଲିମିଟର ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର ।