ଓଡ଼ିଶା 365 (ବ୍ୟୁରୋ): ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ରାୟଗଡ଼ା ଜନସ୍ବାସ୍ଥ୍ୟ ବିଭାଗ (ପିଏଚଡି) ଏଷ୍ଟିମେଟର ରମାକାନ୍ତ ମଲ୍ଲିକ। ଜଣେ ଠିକାଦାରଙ୍କ ଠାରୁ ୭ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି । ଝଞ୍ଜାବତୀ ନଦୀରେ ଥିବା ପମ୍ପ୍ ହାଉସ୍ ମରାମତି ବାବଦର ଏଷ୍ଟିମେଟ୍ କରିବା ପାଇଁ ଠିକାଦାର ସୁମନ୍ତ ପରିଡ଼ାଙ୍କ ଠାରୁ ଲାଞ୍ଚ ନେଉଥିଲେ । ସୂଚନାଯୋଗ୍ୟ ଯେ, ଗତ ଫେବୃୟାରୀ ମାସରେ ଏହାର ମରାମତି କାର୍ଯ୍ୟ ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ଏଷ୍ଟିମେଟ୍ ହୋଇନଥିଲା । ଏଷ୍ଟିମେଟ୍ କରିବା ପାଇଁ ବାରମ୍ବାର ଲାଞ୍ଚ ମାଗିବାରୁ ଠିକାଦାର ଭିଜିଲାନ୍ସର ଦ୍ବାରସ୍ଥ ହୋଇଥିଲେ । ଶୁକ୍ରବାର ଏଷ୍ଟିମେଟ୍ର ରମାକାନ୍ତ ମଲ୍ଲିକ ନିର୍ବାହୀ ଯନ୍ତ୍ରୀ କାର୍ଯ୍ୟାଳୟ ପରିସରରେ ଥିବା ନିଜ ପ୍ରକୋଷ୍ଠରେ ଲାଞ୍ଚ ଟଙ୍କା ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଥିଲେ ।
ଭିଜିଲାନ୍ସ ଅତିରିକ୍ତ ଏସ୍ପି ଅରୁଣ କୁମାର ନାୟକ ଓ ଇନ୍ସପେକ୍ଟର ତରୁଲତା ବେହେରା ଚଢ଼ାଉ କରି ଧରିଥିଲେ । ଏହାପରେ ସିରିକଣା ସ୍ଥିତ ତାଙ୍କ ଭଡା ଘରେ ମଧ୍ୟ ଚଢ଼ାଉ କରିଥିଲେ ।ଏହା ପରେ ରାୟଗଡ଼ା ଭିଜିଲାନ୍ସ ଡିଏସପି କାର୍ଯ୍ୟାଳୟକୁ ତାଙ୍କୁ ନିଆଯାଇଛି ।