ଓଡ଼ିଶା 365 (ବ୍ୟୁରୋ): ଆଜି ପବିତ୍ର ମହାଳୟା । ଏହି ଅବସରରେ ମା ସମଲେଶ୍ୱରୀଙ୍କ ଠାରେ ପୂଜାର୍ଚ୍ଚନା ସହ ଅନୁଷ୍ଠିତ ହୋଇଛି ସ୍ୱତନ୍ତ୍ର ବେଦେଶ। ଏଣୁ ଧବଳମୁଖୀ ବେଶରେ ଶ୍ରଦ୍ଧାଳୁଙ୍କୁ ଆଜି ଦର୍ଶନ ଦେଉଛନ୍ତି ଶ୍ରଦ୍ଧାଳୁ। ବର୍ଷକ ଯାକ ସିନ୍ଦୁରବର୍ଣ୍ଣା ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଥିବା ବେଳେ ମହାଳୟା ଦିନ ଶ୍ୱେତବର୍ଣ୍ଣରେ ଦର୍ଶନ ଦେଇଥାନ୍ତି ମା ସମଲେଶ୍ୱରୀ।
ମହାଳୟାରେ ପିତୃପୁରୁଷଙ୍କୁ ପିଣ୍ଡଦାନ ପରେ ଗଙ୍ଗା ଗୟାରେ ସ୍ନାନ କରିବାର ନୀତି ନିୟମ ରହିଛି, ହେଲେ ଯେଉଁ ମାନେ କୌଣସି କାରଣ ଯୋଗୁଁ ଗଙ୍ଗା, ଗୟା ଯାଇପାରନ୍ତିନାହିଁ ସେମାନେ ପିତୃପୁରୁଷ ପିଣ୍ଡଦାନ ପରେ ସମଲେଶ୍ୱରୀଙ୍କ ଧବଳମୁଖୀ ବେଶ ଦର୍ଶନ କରି ସମାନ ଫଳ ପାଇଥାନ୍ତି ବୋଲି ବିଶ୍ୱାସ ରହିଛି । ଏହି କ୍ରମରେ ଆଜି ସକାଳୁ ସମଲେଶ୍ୱେରୀଙ୍କ ମନ୍ଦିରରେ ମାଁଙ୍କ ଧବଳମୁଖୀ ବେଶ କରାଯାଇଥିଲା। ଧାଡ଼ିରେ ଆସି ହଜାର ହଜାର ଶ୍ରଦ୍ଧାଳୁ ମାଁଙ୍କ ଅପୂର୍ବ ରୂପର ଦର୍ଶନ କରୁଛନ୍ତି ।