ଓଡ଼ିଶା 365 (ବ୍ୟୁରୋ): ପରଲୋକରେ ପିପିଲିର ପୂର୍ବତନ ବିଧାୟକ ତଥା କଂଗ୍ରେସର ବରିଷ୍ଠ ନେତା ଯୁଧିଷ୍ଠିର ସାମନ୍ତରାୟ । ମୃତ୍ୟୁ ବେଳକୁ ତାଙ୍କୁ ୭୩ ବର୍ଷ ହୋଇଥିଲା। ଗତ କିଛି ମାସ ହେବ ଅସୁସ୍ଥ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ନିଜର ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ଯୁଧିଷ୍ଠିର। ଏନେଇ ସୂଚନା ଦେଇଛନ୍ତି ପୁଅ ପ୍ରିୟବ୍ରତ ସାମନ୍ତରାୟ ।
ପିପିଲି ନିର୍ବାଚନମଣ୍ଡଳୀରେ କଂଗ୍ରେସର ଟାଣୁଆ ନେତା ଭାବେ ଜଣାଶୁଣା ଥିଲେ ଯୁଧିଷ୍ଠିର। କଂଗ୍ରେସ ଦଳର ଟିକେଟରେ ୧୯୯୫ ରୁ ୨୦୦୦ ପର୍ଯ୍ୟନ୍ତ ପିପିଲିର ବିଧାୟକ ଥିଲେ ଯୁଦ୍ଧିଷ୍ଠିର। ଏହା ପୂର୍ବରୁ ୧୯୮୪ ରୁ ୧୯୯୦ ପର୍ଯ୍ୟନ୍ତ ଥିଲେ ପିପିଲି ବ୍ଲକ ଚେୟାରମ୍ୟାନ । ଏହାପରେ ଯୁଧିଷ୍ଠିର ଲଗାତାର ୨୦୧୪ ପର୍ଯ୍ୟନ୍ତ ନିର୍ବାଚନ ଲଢିଥିଲେ ମଧ୍ୟ ଦିବଂଗତ ନେତା ପ୍ରଦୀପ ମହାରଥୀଙ୍କ ଠାରୁ ପରାଜିତ ହୋଇଥିଲେ। ଯୁଧିଷ୍ଠିରଙ୍କ ବିୟୋଗରେ ରାଜ୍ୟ ରାଜନୀତିରେ ଶୋକର ଛାୟା ଖେଳିଯାଇଛି।