ଓଡ଼ିଶା 376 ବ୍ୟୁରୋ): ଶ୍ରୀମନ୍ଦିରର ଚାରିଦ୍ୱାର ଖୋଲିବା ଓ ରତ୍ନଭଣ୍ଡାର ଖୋଲିବା ଦାବିରେ ବଡ଼ଦାଣ୍ଡରେ କଂଗ୍ରେସର ପଦଯାତ୍ରା କରାଯାଇଛି। ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ନେତୃତ୍ୱରେ କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷ ବିଜୟ ପଟ୍ଟନାୟକ, ବିଧାୟକ ତାରା ବାହୀନିପତି ଓ ପୁରୀ ଜିଲ୍ଲା କଂଗ୍ରେସ ସଭାପତିଙ୍କ ସମେତ ଶତାଧିକ ଦଳୀୟ କର୍ମୀ ଏହି ପଦଯାତ୍ରାରେ ସାମିଲ ହୋଇଛନ୍ତି। ଶ୍ରୀମନ୍ଦିରର ଚାରିଦ୍ୱାର ଖୋଲିବା ସହିତ ରତ୍ନଭଣ୍ଡାରେ ଥିବା ରତ୍ନର ଗଣତି ଏବଂ ମରାମତି କାମ ଦାବି କରିଛି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛି କଂଗ୍ରେସ । ଆଗାମୀ ୨୮ ତାରିଖ ସୁଦ୍ଧା ଦାବି ପୂରଣ ନ ହେଲେ ପୁଣି ଅନ୍ଦୋଳନ କରାଯିବ ବୋଲି କଂଗ୍ରେସ ପକ୍ଷରୁ ଚେତାବନୀ ଦିଆଯାଇଛି।
ଗୁଣ୍ଡିଚା ମନ୍ଦିରଠାରୁ ଏକ ବିଶାଳ ପଦଯାତ୍ରା ବାହାରି ଶ୍ରୀମନ୍ଦିର ବଡ଼ଦାଣ୍ଡ ପର୍ଯ୍ୟନ୍ତ ଯାଇଥିଲା। ଏହାପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ ଦାସଙ୍କୁ ଭେଟି ପୁରୀ ଏବଂ ଖୋର୍ଦ୍ଧାରେ ଜଗନ୍ନାଥ ମହାପ୍ରଭୁଙ୍କ ଭୋଗ କରୁଥିବା ଜମିର ସ୍ଥାୟୀ ସମାଧାନ ଭଳି ବିଭିନ୍ନ ପ୍ରସଙ୍ଗକୁ ନେଇ ଦାବି ଜଣାଇଛି କଂଗ୍ରେସ।