ଓଡ଼ିଶା 365 (ବ୍ୟୁରୋ) : ମୁଣ୍ଡରେ ରୁପି ହେବା ଏକ ସାଧାରଣ କଥା । ତେବେ ଏହି ସମସ୍ୟା ଶୀତଦିନରେ ଅଧିକ ଦେଖାଦେଇଥାଏ । ସବୁଠୁ ବଡ଼ ସମସ୍ୟା ହେଉଛି ରୂପି ବା ଡାଣ୍ଡ୍ରଫ୍ । ଯଦିଓ ଏହା ଏକ ସାଧାରଣ ସମସ୍ୟା। ହେଲେ ଶୀତଦିନେ ଏହା ଅଧିକ ପରିମାଣରେ ଦେଖାଦେଇଥାଏ । ତେବେ ଆଜି ଆମେ ଆପଣଙ୍କୁ ବିଭିନ୍ନ ଘରୋଇ ଉପଚାର ବିଷୟରେ ଜଣେଇବୁ ଯାହାକି ଆପଣଙ୍କ ରୂପି ସମସ୍ୟାକୁ ଦୂର କରିବାରେ ସାହାଯ୍ୟ କରିବ।ସାଧାରଣତଃ ଶୀତ ଆସିଲେ ଅତ୍ୟଧିକ ଥଣ୍ଡା ହେତୁ ଅନେକ ପ୍ରକାରର ତ୍ୱଚା ଓ କେଶ ଜନିତ ସମସ୍ୟା ଦେଖାଦିଏ । ଏଥିପାଇଁ ଲୋକେ ଅନେକ ଟଙ୍କା ଖର୍ଚ୍ଚ କରି ନାନା ପ୍ରକାରର ଉପାୟ କଲେ ବି ଏହି ସମସ୍ୟା ଏତେ ସହଜରେ ଭଲ ହୁଏ ନାହିଁ । ତେବେ ଚାଲନ୍ତୁ ଜାଣିବା କିପରି ଘରୋଇ ଉପଚାରରେ ଏହି ରୂପି ସମସ୍ୟାକୁ ଭଲ କରି ହେବ ।
ଆଲୋଭେରା ଜେଲ୍ରେ ଆଣ୍ଟି ବ୍ୟାକ୍ଟେରିଆଲ୍ ଏବଂ ଆଣ୍ଟି ଫଙ୍ଗଲ୍ ଗୁଣ ରହିଛି । ଏହି ଗୁଣ ଯୋଗୁ ‘ଆଲୋଭେରା’ କେଶରୁ ରୂପି ଦୂର ହୋଇଥାଏ। ଏଥିପାଇଁ ଦୁଇ ଚାମଚ ‘ଆଲୋଭେରା’ ଜେଲ୍ରେ ଏକ ଚାମଚ ମହୁ ଏବଂ ଦୁଇ ଚାମଚ ଦହି ମିଶାନ୍ତୁ । ଏହି ମିଶ୍ରଣକୁ ମୁଣ୍ଡରେ ଲଗାଇ ୧୫ ମିନିଟ୍ ପରେ ଶାମ୍ପୁ କରି ଦିଅନ୍ତୁ । ଏମିତି କଲେ ମୁଣ୍ଡରେ ରୂପି ରହିବ ନାହିଁ ।
ରାଶି ତେଲ ବ୍ୟବହାର ଦ୍ୱରା ରୂପି ସମସ୍ୟା ସମ୍ପୂର୍ଣ୍ଣ ରୂପେ ଦୂର ହୋଇଯାଏ। ତେଣୁ ଶୀତ ଦିନେ ଅଲଗା ତେଲ ବଦଳରେ ରାଶି ତେଲ ବ୍ୟବହାର କଲେ ରୂପି ସମସ୍ୟା ଆଦୌ ଦେଖା ଦେଇ ନ ଥାଏ ।
ଅଣ୍ଡା ଓ ଲେମ୍ବୁ ରସ ମଧ୍ୟ ରୂପି ଭଲ କରିବାରେ ସାହାଯ୍ୟ କରେ। ଏଥପାଇଁ ଏକ ପାତ୍ରରେ କିଛି ଲେମ୍ବୁ ରସ ଓ ଅଣ୍ଡାର ହଳଦିଆ ଅଂଶକୁ ଗୋଳାଇ ମୁଣ୍ଡରେ ଭଲ ଭାବରେ ମାଲିସ କରନ୍ତୁ। ଏହାକୁ ପ୍ରାୟ ୨ ଘଣ୍ଟା ରଖିବା ପରେ ସମ୍ପୁର୍ଣ୍ଣ ଶୁଖିଯିବା ପରେ ଶାମ୍ପୁ କରିଦିଅନ୍ତୁ। ସପ୍ତାହକୁ ୩-୪ ଥର ଏପରି କଲେ ପରି ରୂପି ସମସ୍ୟା ସମ୍ପୁର୍ଣ୍ଣ ଭଲ ହେଇଯିବ।