ଓଡ଼ିଶା 365 (ବ୍ୟୁରୋ): ଦକ୍ଷିଣ-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । କ୍ରମଶଃ ଏହା ଅଧିକ ଘନୀଭୂତ ହୋଇ ୨୩ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ଏ ନେଇ ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଏହା ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ୨୪ରେ ହାଲୁକା ବର୍ଷା ଓ ୨୫ରେ ବର୍ଷାର ପରିମାଣ ବଢ଼ିବ ବୋଲି ପୂର୍ବାନୁମାନ କରାଯାଇଛି। ତେବେ ୨୦ରୁ ୨୩ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ ପାଣିପାଗକେନ୍ଦ୍ର ପକ୍ଷରୁ କୁହାଯାଇଛି।