ଓଡ଼ିଶା 365 (ବ୍ୟୁରୋ) : ସାଧାରଣତଃ ସମସ୍ତେ ଶାଗ ଖାଇବା ପସନ୍ଦ କରିନଥାନ୍ତି । ତେବେ କେହିଁ କେହିଁ ଶାଗ ଶରୀର ପାଇଁ କେତେ ଲାଭଦାୟକ ତାହା ଜାଣିନଥାନ୍ତି । ଶୀତ ଋତୁରେ ବଜାରରେ ସବୁଜ ପନିପରିବା ସହ ନାନା ରକମର ଶାଗ ମିଳିଥାଏ । ଶାଗ ଖାଇଲେ ନାନା ରୋଗ ଦୂର ହୋଇଥାଏ। ଏହା ମଧ୍ୟରେ ମେଥି ଶାଗ ଅନ୍ୟତମ । ମେଥିରେ ବହୁ ଔଷଧୀୟ ଗୁଣ ଭରି ରହିଥାଏ ।
ମେଥି ଶାଗରେ ପୋଟାସିୟମ, କ୍ୟାଲସିୟମ, ଲୌହ, ସେଲେନିୟମ, ମାଙ୍ଗାନିଜ, ପ୍ରୋଟିନ୍, ଫାଇବର୍, ଭିଟାମିନ୍ ସି’, ନିୟାସିନ୍, ଆଇରନ୍, ଫଲିକ୍ ଏସିଡ୍, ମ୍ୟାଗ୍ନେସିୟମ, କପର୍ ପ୍ରଚୁର ପରିମାଣରେ ରହିଛି । ଏସବୁ ପୋଷକ ତତ୍ତ୍ୱ ଆମ ଶରୀର ପାଇଁ ନିହାତି ଜରୁରୀ । ଉଚ୍ଚ ରକ୍ତଚାପ, ଡାଇବେଟିସ୍ ରୋଗୀ ଏହି ଶାଗ ଖାଇଲେ ବହୁ ଉପକାର ମିଳିଥାଏ ବୋଲି ସ୍ୱାସ୍ଥ୍ୟ ବିଶେଷଜ୍ଞ ମତ ଦିଅନ୍ତି ।
ମେଥି ଶାଗ ଖାଇଲେ କୋଲେଷ୍ଟରଲ୍ ମାତ୍ରା କମ୍ ହୋଇଥାଏ । ଏହି କାରଣରୁ ହୃତ୍ପିଣ୍ଡ ଜନିତ ରୋଗ ଆଶଙ୍କା ମଧ୍ୟ କମ୍ ହୋଇଥାଏ । ସୁସ୍ଥ ରହିବାକୁ ହେଲେ ପ୍ରତିଦିନ ମେଥିଶାଗ ଖାଦ୍ୟରେ ସାମିଲ କରିବା ଜରୁରୀ ।