ଓଡ଼ିଶା 365 (ବ୍ୟୁରୋ): ଆଜି ପବିତ୍ର ବିଜୟା ଦଶମୀ। ଏହି ଅବସରରେ ଶ୍ରୀମନ୍ଦିରରେ ସୁନାବେଶରେ ଦର୍ଶନ ଦେଇଛନ୍ତି ଶ୍ରୀଜିଉ। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅବକାଶ ନୀତି, ଚନ୍ଦନ, ନୂଆ ଲୁଗା, ୩୨ ମୂର୍ତ୍ତି ସ୍ୱର୍ଣ୍ଣ ଅଳଙ୍କାର ପରେ ଅନୁଷ୍ଠିତ ହୋଇଛି ଏହି ସୁନାବେଶ। ତେବେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ, ରାମକୃଷ୍ଣ ବୀରବେଶ ଧାରଣ କରି ଶ୍ରୀଜଗନ୍ନାଥ ବଲ୍ଲଭ ମଠ ସ୍ଥିତ ମହାଖଳା ବା ଦଶହରା ପଦାକୁ ବିଜେ କରିଛନ୍ତି। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଏହି ମହାର୍ଘ ସୁନାବେଶ ଦର୍ଶନ ପାଇଁ ଭକ୍ତଙ୍କ ପ୍ରବଳ ଭିଡ଼ ହୋଇଛି।
ସେପଟେ ଦଶହରା ଅବସରରେ ମା ବିମଳାଙ୍କ ପ୍ରତିନିଧି ଭାବେ ପୂଜା ପାଉଥିବା ମା କାକୁଡ଼ିଖାଇଙ୍କ ଆଜି ରାତିରେ ବିସର୍ଜନ ସହ ଆସନ୍ତାକାଲି ଅନ୍ୟ ସମସ୍ତ ଗୋଷାଣୀ ମାନଙ୍କର ଶ୍ରୀମନ୍ଦିର ସମ୍ମୁଖରେ ଦେବୀସଭା ହେବା ପରେ ବିସର୍ଜନ ହେବ।