ଓଡ଼ିଶା 365 (ବ୍ୟୁରୋ): ପୁଣି ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତିରେ ବିଭ୍ରାଟ। ଦୁଇ ସେବାୟତ ଗୋଷ୍ଠୀଙ୍କ ମଧ୍ୟରେ କନ୍ଦଳ ଉପାସରେ ରହିଛନ୍ତି ମହାପ୍ରଭୁ ଶ୍ରୀଲିଙ୍ଗରାଜ। ମଙ୍ଗଳଆଳତି ପରଠୁ ହୋଇନାହିଁ ମହାଦେବଙ୍କ ନୀତି । ବ୍ରାହ୍ମଣ ନିଯୋଗ ଓ ପୂଜାପଣ୍ଡାଙ୍କ ମଧ୍ୟରେ ବିବାଦ ଯୋଗୁଁ ଉପାସ ରହିଛନ୍ତି ଶ୍ରୀଲିଙ୍ଗରାଜ ମହାପ୍ରଭୁ ।
ସୂଚନାଯୋଗ୍ୟ, ଚଳିତ ବର୍ଷ ଅଗଷ୍ଟରେ ମଧ୍ୟ ସେବାୟତ ଗୋଷ୍ଠୀଙ୍କ ମଧ୍ୟରେ କନ୍ଦଳ ଯୋଗୁଁ ଉପାସରେ ରହିଥିଲେ ମହାପ୍ରଭୁ। ପଇତା ଲାଗି ନୀତିକୁ ନେଇ ବିବାଦ ଉପୁଜିଥିଲା।