ଓଡ଼ିଶା 365 (ବ୍ୟୁରୋ): ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସଂପନ୍ନ ହୋଇଛି ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶ ସ୍ୱରୁପ ନାୟକ ଶେଷକୃତ୍ୟ। କଟକ ସତୀଚୌରା ଶ୍ମଶାନରେ ପଞ୍ଚଭୂତରେ ଲୀନ ହେଲେ ବିଶିଷ୍ଟ ସଂଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକ। ବଡ଼ ଝିଅ ନିଭ୍ରିତୀ ନାୟକ ମୁଖାଗ୍ନି ଦେଇଛନ୍ତି। ଶେଷଦର୍ଶନ ପାଇଁ ସତୀଚୌରା ଶ୍ମଶାନରେ ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ରହିଥିଲେ। ଫୁସ୍ଫୁସ୍ କର୍କଟ ରୋଗରେ ପୀଡ଼ିତ ଗତ କିଛି ଧରି ବିଶିଷ୍ଟ ସଂଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକ କଟକର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଥିଲେ । ଶୁକ୍ରବାର ଅପରାହ୍ନରେ ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ ସ୍ୱରୂପ । ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ହୋଇଥିଲା । ତାଙ୍କ ଶେଷଶଯ୍ୟା ନିକଟରେ ଧର୍ମପତ୍ନୀ ନିହାରିକା ନାୟକ, ବଡ଼ ଝିଅ ଡା. ନିଭ୍ରିତୀ ନାୟକ ଉପସ୍ଥିତ ଥିଲେ ।
ସୂଚନାଯୋଗ୍ୟ ଯେ, ମୋଟ୍ ୪୧ଟି ଓଡ଼ିଆ କଥାଚିତ୍ରରେ ସଙ୍ଗୀତ ନିର୍ଦ୍ଦେଶନା ଦେବା ସହ ୩୦ଟି କଥାଚିତ୍ରରେ ଗୀତ ରଚନା କରିଛନ୍ତି ସ୍ୱରୁପ । ଏହା ସହ ୬ଟି କଥାଚିତ୍ରରେ ପ୍ରଚ୍ଛଦପଟ୍ଟ ଗାୟକ ଓ ୬ଟି କଥାଚିତ୍ରରେ ଅଭିନୟ ସେ। ୧୯୬୨ ମସିହାରେ ଜୟଦେବ କଥାଚିତ୍ରରେ ଜଣେ ଶିଶୁ କଳାକାର ଭାବରେ ସେ ଅଭିନୟ ଆରମ୍ଭ କରିଥିଲେ । ୧୯୪୭ ଫେବୃୟାରୀ ୮ ତାରିଖରେ ସ୍ୱରୂପ ନାୟକ ଜନ୍ମଗ୍ରହଣ କରିଥିଲେ । ୧୯୮୪ ମସିହାର ହୀରାନୀଳା କଥାଚିତ୍ର ଥିଲା ସଙ୍ଗୀତକାର ଭାବରେ ତାଙ୍କର ପ୍ରଥମ ଚଳଚ୍ଚିତ୍ର ।