ଓଡ଼ିଶା ଲିପଷ୍ଟିକ 365 (ବ୍ୟୁରୋ) : ଲିପଷ୍ଟିକ ବ୍ୟବହାର କରୁଥିଲେ ହୋଇଯାଆନ୍ତୁ ସାବଧାନ । କାରଣ ଆପଣବି ଭୋଗିପାରନ୍ତି ଏହିଭଳି ସମସ୍ୟା । ହଁ ଆଜ୍ଞା ଦୈନନ୍ଦିନ ଜୀବନରେ ଆପଣ ମାନେ ରାସାୟନିନିକ ପଦାର୍ଥର ବହୁଳ ବ୍ୟବହାର କରିଥାନ୍ତି । ବ୍ୟବହାର କରୁଥିବା କସମେଟିକ ପ୍ରଡକ୍ଟ ଠାରୁ ଆରମ୍ଭ କରି ବେଶପୋଷାକ ଯାଏଁ ସବୁ ରାସାୟନିକ ଜିନିଷରେ ପ୍ରସ୍ତୁତ କରାଯାଉଛି । କିନ୍ତୁ ଆପଣ ଜାଣିଛନ୍ତି କି ଏହି ରାସାୟନିକ କେମିକାଲ ଆମ ଶରୀର ପ୍ରତି ଅତ୍ୟନ୍ତ ବିପବିଜ୍ଜନକ। ଏହି କେମିକାଲ ଆମ ଡେ ଟୁଡେ ଲାଇଫରେ ବ୍ୟବହାର କରୁଥିବା ପ୍ରସାଧନ ସାମଗ୍ରୀରେ ବହୁଳ ବ୍ୟବହାର କରାଯାଏ ।
ବିଶେଷକରି ୱାଟରଫ୍ରୁଫ୍ କସମେଟିକ ବଡି ଲୋଶନ, ସନସ୍କ୍ରିମ, ଲିପଷ୍ଟିକ, ନେଲ ପଲିସ, ଫାଉଣ୍ଡେସନ, ଆଇଶ୍ୟାଡୋ, ମସ୍କାରା ଇତ୍ୟାଦିରେ କରେ ପିଏଫଏଏସ ରହିଥାଏ। ଓ୍ବାଟରଫ୍ରୁପ୍ ଯୋଗୁ ପାଣି ସଂସ୍ପର୍ଶରେ ଆସିଲେ ଏଥିରେ କିଛି ପ୍ରଭାବ ପଡି ନ ଥାଏ ।ଏକ ଅଧ୍ୟୟନରୁ ଜଣାପଡିଛି କି, ଏହି ବହୁଳ ବ୍ୟବହାର କରିଥାଉ। ଯାହା ପିଲା ଠାରୁ ଆରମ୍ଭ କରି ମହିଳା ଓ ବୃଦ୍ଧ ପର୍ଯ୍ୟନ୍ତ କ୍ଷତିକାରକ ସାବ୍ୟସ୍ତ ହୋଇପାରେ। ସେଣ୍ଟର ଫର୍ ଡିଜିଜି କଣ୍ଟ୍ରୋଲ ଆଣ୍ଡ ପ୍ରିଭେନ୍ସନ ଅନୁସାରେ, ପିଏଫଏଏସ ରାସାୟନିକ ତତ୍ତ୍ୱ ମଣିଷର ରକ୍ତରେ ପାଣି, ଖାଦ୍ୟ, ପବନ ଆଦି ଜରିଆରିରେ ଶରୀରରେ ପ୍ରବେଶ କରିଥା ଏ । ୨୦୧୬ରେ କାନାଡାରେ, ୨୦୨୨ରେ ୟୁରୋପର ଅନେକ ଦେଶ ଏହି କେମିକାଲର ବ୍ୟବହାରକୁ ନିଷେଧ କରିଥିରିଲେ ।