ଓଡ଼ିଶା 365 (ବ୍ୟୁରୋ): ଆନ୍ଧ୍ର ଟ୍ରେନ୍ ଟ୍ରାଜେଡିକୁ ନେଇ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହ ଆହତଙ୍କୁ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ। ଉଦ୍ଧାର ଓ ରିଲିଫ କାର୍ଯ୍ୟରେ ସବୁ ପ୍ରକାର ସହାୟତା ଯୋଗାଇ ଦେବାକୁ ସ୍ୱତନ୍ତ୍ର ରିଲିଫ କମିସନର, ରାୟଗଡା ଓ କୋରାପୁଟ ଜିଲ୍ଲାପାଳଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହାପରେ ରାୟଗଡ଼ା, କୋରାପୁଟ ଜିଲ୍ଲା ପ୍ରଶାସନକୁ ସଜାଗ ରହିବା ପାଇଁ ନିଦ୍ଦେର୍ଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିସନର । ଅନ୍ୟପଟେ ଉଦ୍ଧାର କାର୍ଯ୍ୟରେ ସହାୟତା ପାଇଁ ଓଡିଶାରୁ ଅଗ୍ନିଶମ ବାହିନୀ ବିଜୟନଗରମ ଯାଇଛନ୍ତି । ଓଡ଼ିଆ ଯାତ୍ରୀଙ୍କ ଆସିବା ପାଇଁ ବସ୍ ମଧ୍ୟ ପଠାଯାଇଛି ।