ଓଡ଼ିଶା 365 (ବ୍ୟୁରୋ): ଆଜି କଳାହାଣ୍ଡି ଜିଲ୍ଲା ଗସ୍ତ କରୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କଳାହାଣ୍ଡି ଜିଲ୍ଲା ପ୍ରତିଷ୍ଠା ଦିବସ ଅବସରରେ ଜିଲ୍ଲାବାସୀଙ୍କୁ ୧୨୦୦ କୋଟି ଟଙ୍କାର ପ୍ରକଳ୍ପ ଭେଟିଦେବେ ନବୀନ । ଦିନ ସାଢେ ୧୧ଟାରେ ମୁଖ୍ୟମନ୍ତ୍ରୀ ଭବାନୀପାଟଣାର ସହିଦ ରେଣ୍ଡୋ ମାଝୀ ମେଡିକାଲ କଲେଜର ଉଦଘାଟନ କରିବେ । ସେଠାରେ ଛାତ୍ରଛାତ୍ରୀଙ୍କ ସହିତ ଆଲୋଚନା କରିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି । କଳାହାଣ୍ଡି ଜିଲ୍ଲାର ମହାନ ସ୍ଵାଧୀନତା ସଂଗ୍ରାମୀ ସହିଦ ରେଣ୍ଡୋ ମାଝୀଙ୍କ ନାଁରେ ଏହି ମେଡିକାଲ କଲେଜର ନାମକରଣ କରାଯାଇଛି । ପରେ କଳାହାଣ୍ଡି ବିଶ୍ବବିଦ୍ୟାଳୟ ପଡ଼ିଆକୁ ଯିବେ ମୁଖ୍ୟମନ୍ତ୍ରୀ । ସେଠାରେ ଐତିହାସିକ ଲକ୍ଷ୍ମୀ ବସ ଚଳାଚଳର ଶୁଭାରମ୍ଭ କରିବେ । ଏହାଛଡ଼ା ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ଓ ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି । ଏହାପରେ ସେଠାରୁ ସେ ହେଲିକପ୍ଟର ଯୋଗେ ଭୁବନେଶ୍ୱର ଫେରିଯିବା କାର୍ଯ୍ୟକ୍ରମ ରହିଛି।
ସେପଟେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଆଖି ଆଗରେ ରଖି ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି ।