ଓଡ଼ିଶା 365 (ବ୍ୟୁରୋ): ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ୬୭ ବୟସରେ ପରଲୋକ ହୋଇଯାଇଛି। ଆଜି ଭୋରୁ ୩ଟା ୨୫ ସମୟରେ ତାଙ୍କର ଦେହାନ୍ତ ହୋଇଥିବା ନେଇ ହସପିଟାଲ୍ ପକ୍ଷରୁ ସୂଚନା ଦିଆଯାଇଥିଲା। ଏହା ପରେ ସକାଳେ ତାଙ୍କ ପାର୍ଥିବ ଶରୀରକୁ ଶଙ୍ଖ ଭବନକୁ ନିଆଯାଇଛି । ହସ୍ପିଟାଲରୁ ସିଧାସଳଖ ଦଳୀୟ କାର୍ଯ୍ୟାଳୟକୁ ନିଆଯାଇଛି ମହେଶ୍ୱରଙ୍କ ମରଶରୀର । ଶେଷ ଦର୍ଶନ ସହ ଶ୍ରଦ୍ଧାଞ୍ଜଳି ଜଣାଉଛନ୍ତି ମୁଖ୍ୟମନ୍ତ୍ରୀଙ୍କ ସହ ଦଳୀୟ ନେତା ।
ଆଉ କିଛି ସମୟ ପରେ ଶଙ୍ଖଭବନରୁ ମହେଶ୍ୱର ମହାନ୍ତିଙ୍କ ପାର୍ଥିବ ଶରୀରକୁ ବିଧାନସଭା ପରିସରକୁ ନିଆଯିବ। ତାପରେ ତାଙ୍କର ମରଶରୀରକୁ ପୁରୀକୁ ନିଆଯିବ। ସେଠାରେ ସ୍ବର୍ଗଦ୍ବାରରେ ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ଅନ୍ତିମସଂସ୍କାର କରାଯିବ ବୋଲି ଜଣାଯାଇଛି। ଉଲ୍ଲେଖଯୋଗ୍ୟ, ବରିଷ୍ଠ ରାଜନେତା ତଥା ପୂର୍ବତନ ବାଚସ୍ପତି ମହେଶ୍ବର ମହାନ୍ତିଙ୍କ ପରଲୋକ ହୋଇଛି। ଗତ କିଛିଦିନ ଧରି ଗୁରୁତର ଅସୁସ୍ଥ ଥିବା ଶ୍ରୀ ମହାନ୍ତିଙ୍କର ଚିକିତ୍ସାଧୀନ ଅବସ୍ଥାରେ ବିୟୋଗ ଘଟିଛି। ନଭେମ୍ବର ପହିଲାରୁ ଭୁବନେଶ୍ବରର କେୟାର ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ ମହେଶ୍ୱର।