ଓଡ଼ିଶା 365 (ବ୍ୟୁରୋ): ସାମ୍ବାଦିକାଙ୍କୁ ଅସଦାଚରଣ ମାମଲାରେ ଗିରଫ ପ୍ରଯୋଜକ ଟୁଟୁ ନାୟକଙ୍କ ଜାମିନ ମଞ୍ଜୁର କରିଛନ୍ତି କୋର୍ଟ। ଗତ ଶନିବାର ଜାମିନ ଆବେଦନ ଶୁଣାଣିକୁ କୋର୍ଟ ସଂରକ୍ଷିତ ରଖିଥିଲେ, ତେବେ ଆଜି ଏହାର ଶୁଣାଣି କରି ଟୁଟୁଙ୍କ ଜାମିନ ଆବେଦନକୁ ମଞ୍ଜୁର କରିଛନ୍ତି ଏସଡିଜେଏମ କୋର୍ଟ। ୫୦ ହଜାର ଟଙ୍କା ଓ ଜଣେ ଜାମିନଦାରଙ୍କ ବଦଳରେ ତାଙ୍କୁ ଜାମିନ ପ୍ରଦାନ କରାଯାଇଛି ।
କହିରଖୁ କି, ସାମ୍ବାଦିକା ଦେବସ୍ମିତା ରାଉତଙ୍କୁ ମାଡ଼ ମାରିବା, ଅସଦାଚରଣ କରିଥିବୈା ନେଇ ପ୍ରଯୋଜକ ଟୁଟୁ ଓରଫ୍ ସଞ୍ଜୟ ନାୟକଙ୍କୁ ଖାରବେଳନଗର ଥାନାରେ ଅଭିଯୋଗ ହୋଇଥିଲା। ଏହାପରେ ପୁଲିସ ଟୁଟୁଙ୍କୁ ଗିରଫ କରି ଗତ ଶନିବାର କୋର୍ଟ ଚାଲାଣ କରିଥିଲା। କୋର୍ଟ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଥିଲେ। ଦଫା ୩୫୪, ୩୪୧, ୩୨୩, ୨୯୪ ବଳରେରେ ତାଙ୍କୁ କୋର୍ଟ ଚାଲାଣ କରାଯାଇଥିଲା।