ଓଡ଼ିଶା 365 (ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ କଲେଜ ଅଧ୍ୟକ୍ଷ। ବଲାଙ୍ଗିର ଆୟୁର୍ବେଦିକ କଲେଜ ଆଣ୍ଡ ହସ୍ପିଟାଲ ଅଧ୍ୟକ୍ଷ ପ୍ରଫେସର ସୁଦର୍ଶନ ବେହେରାଙ୍କ ଘରେ ରେଡ କରିଛି ଭିଜିଲାନ୍ସ। ପୁରୀ ଜିଲ୍ଲାରେ ଥିବା ସୁଦର୍ଶନଙ୍କର ପୈତୃକ ଘର, ବଲାଙ୍ଗିର ଅଫିସ୍ ସମେତ ୪ଟି ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ ଟିମ୍ । ସେହିପରି ସମ୍ବଲପୁରରେ ପତ୍ନୀଙ୍କ କ୍ୱାର୍ଟର୍ସରେ ମଧ୍ୟ ରେଡ୍ କରାଯାଇଛି। ରେଡ୍ ବେଳେ କିଛି ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରାଯାଇଛି। ଭିଜିଲାନ୍ସର ୮ଜଣ ଡିଏସପି ଓ ୬ଜଣ ଇନ୍ସପେକ୍ଟର ଏହି ଚଢ଼ାଉରେ ସାମିଲ ହୋଇଛନ୍ତି।
ସୂଚନାଯୋଗ୍ୟ, ଗତକାଲି ଭୁବନେଶ୍ୱର ଜନସ୍ୱାସ୍ଥ୍ୟ ଡିଭିଜନ ଅଧିକ୍ଷଣ ଯନ୍ତ୍ରୀ ବିଶ୍ୱବନ୍ଧୁ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଥିଲା। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢାଉ କରାଯାଇଥିଲା।