ଓଡ଼ିଶା 365 (ବ୍ୟୁରୋ) : କାଇଁ କେଉଁ କାଳରୁ ପୂର୍ବଜମାନେ ମାଠିଆ ପାଣି ବ୍ୟବହାର କରିଆସୁଛନ୍ତି । ତେବେ ଆଜିର ଆଧୁନିକ ଯୁଗରେ ପ୍ରତ୍ୟେକ ଘରେ ରେଫ୍ରିଜରେଟର ବ୍ୟବହାର ଯୋଗୁଁ, ମାଠିଆର ବ୍ୟବହାର ହ୍ରାସ ପାଇଛି । କିନ୍ତୁ ସ୍ୱାସ୍ଥ୍ୟ ଦୃଷ୍ଟିକୋଣରୁ, ମାଟି ପାତ୍ରରେ ରଖାଯାଇଥିବା ପାଣି ପିଇବା ସ୍ୱାସ୍ଥ୍ୟପାଇଁ ଲାଭ ଦାୟକ ହୋଇଥାଏ । ତେବେ ଜାଣନ୍ତୁମାଠିଆ ପାଣି ପିଇବାର ସ୍ଵାସ୍ଥ୍ୟଗତ ଫାଇଦା ବିଷୟରେ । ଯେହେତୁ ମାଠିଆ ମାଟିରେ ପ୍ରସ୍ତୁତ ହୋଇଥାଏ ତେଣୁ ଏହା ଜୀବାଣୁ ନାଶକ । ମାଠିଆ ପାଣି ପିଇବା ଦ୍ୱାରା ଅଜୀର୍ଣ୍ଣ ସମସ୍ୟା ଅନେକାଂଶରେ ଦୂର ହୋଇଥାଏ । କ୍ଳାନ୍ତିରୁ ଉପଶମ ଦିଏ ମାଠିଆ ପାଣି । ଯଦି ଶରୀରର କୌଣସି ସ୍ଥାନରୁ ରକ୍ତ କ୍ଷରଣ ହେଉଛି ତେବେ ସେଠାରେ ମାଠିଆ ପାଣି ଢ଼ାଳିଲେ ରକ୍ତ କ୍ଷରଣ ଅନେକାଂଶରେ ବନ୍ଦ ହୋଇଯାଏ ।
ସକାଳୁ ଉଠି ମାଠିଆ ପାଣି ପିଇବା ଦ୍ୱାରା ଆଖି ଓ ହାର୍ଟ ସୁସ୍ଥ ରହିଥାଏ । ପେଟଜନିତ ସମସ୍ୟା ବିଶେଷଭାବରେ ଗ୍ୟାଷ୍ଟ୍ରିକ ରୋଗୀଙ୍କ ପାଇଁ ଏହି ପାଣି ବେଶ୍ ଉପକାରୀ । ଯଦି ଆପଣଙ୍କର ଆଜମାଜନିତ ସମସ୍ୟା ରହିଛି ତେବେ ମାଠିଆ ପାଣିଠାରୁ ନିଜକୁ ଯେତେ ସମ୍ଭବ ଦୂରେଇ ରୁଖନ୍ତୁ । ତେବେ ପ୍ରତିଦିନ ମାଠିଆରୁ ବାସି ପାଣି ବାହାର କରି ପରିଷ୍କାର ପାଣି ଭର୍ତ୍ତି କରନ୍ତୁ । କାରଣ ମାଠିଆରେ ପାଣି ଅଧିକ ଦିନ ବ୍ୟବହୃତ ନ ହୋଇ ରହିଲେ ସେଥିରେ ବ୍ୟାକ୍ଟେରିଆ ସୃଷ୍ଟି ହୋଇଥାଆନ୍ତି । ତେଣୁ ପ୍ରତିଦିନ ମାଠିଆ ପାଣିକୁ ବଦଳାଇ ଦିଅନ୍ତୁ ।