ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ କାରଣରୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ହିଟ୍ ଷ୍ଟ୍ରୋକ୍ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍ ଷ୍ଟ୍ରୋକ୍ ୟୁନିଟ୍ କାର୍ଯ୍ୟକାରୀ ହୋଇଛି। ଅସହ୍ୟ ଗ୍ରୀଷ୍ମ କାରଣରୁ ଦେଖାଯାଉଥିବା ସନ୍ ଷ୍ଟ୍ରୋକ୍ ତଥା ଅନ୍ୟାନ୍ୟ ପରିସ୍ଥିତିର ସଫଳ ମୁକାବିଲା ନିମନ୍ତେ ଏମ୍ସରେ ଏହି ଉତ୍ସର୍ଗୀକୃତ ୟୁନିଟ୍ କାର୍ଯ୍ୟ କରିବ।