ପ୍ରତିବର୍ଷ ମେ ୧ ରେ ଏହି ଶ୍ରମିକ ଦିବସ ପାଳିତ ହେଉଛି । ପ୍ରତି ଶ୍ରମିକ ମାନଙ୍କୁ ସମ୍ମାନୀତ କରିବା ସହ ସେମାନଙ୍କ କାମକୁ ସମ୍ମାନ ଦେଇ ଏହି ଶ୍ରମିକ ଦିବସ ପାଳିତ ହେଉଛି । ଏହା ଯେ କେବଳ ଶ୍ରମିକ ମାନଙ୍କ ପ୍ରତି ସମ୍ମାନର ବିଷୟ ତା ନୁହେଁ ସେମାନଙ୍କର ଅଧିକାର ପ୍ରତି ଗୁରୁତ୍ୱ ଦେବା ଦରକାର ।
୮ ଘଣ୍ଟା କାର୍ୟ୍ୟ ସମୟ ଦାବୀରୁ ଜନ୍ମ ନେଲା ବିଶ୍ୱ ଶ୍ରମିକ ଦିବସ । ପୁଞ୍ଜିବାଦୀ ବ୍ୟବସ୍ଥା ବିରୋଧରେ ବିଶ୍ୱ ଶ୍ରମଜୀବୀ ସମୁଦାୟର ଏହା ଥିଲା ପ୍ରଥମ ରାଜନୈତିକ ସଂଗ୍ରାମ । ୧୮୮୪ ମସିହାଠାରୁ ଏହି ଦାବୀ ନେଇ ଧାରାବାହିକ ଆନ୍ଦୋଳନ ଆମେରିକାରେ ଚାଲିଲା । ଯୁକ୍ତରାଷ୍ଟ୍ର ଆମେରିକାରେ ଏହି ଆନ୍ଦୋଳନର ସୂତ୍ରପାତ ହୋଇଥଲେ ହେଁ ବିଶ୍ୱର ସମସ୍ତ ସ୍ୱାଧୀନ ଓ ପରାଧୀନ ଦେଶର ଶ୍ରମଜୀବୀମାନଙ୍କୁ ଏହା ପ୍ରଭାବିତ କରିଥଲା ।
ଯୁକ୍ତରାଷ୍ଟ୍ର ଆମେରିକାର ବାଲ୍ଲିମୋର ସହରରେ ୧୮୬୬ ମସିହା ଅଗଷ୍ଟ ୨୦ ତାରିଖରେ ଷାଠିଏଟି ୟୁନିୟନର ପ୍ରତିନିଧିମାନେ ଏକତ୍ରିତ ହୋଇ ଆଠଘଣ୍ଟା ଶ୍ରମ ଦିବସ ପାଇଁ ଆଇନ ପ୍ରଣୟନ ପାଇଁ ପ୍ରସ୍ତାବ ଗ୍ରହଣ କରିଥଲେ । ନ୍ୟାସନାଲ ଲେବର ୟୁନିୟନ ମଧ୍ୟ ପୁଞ୍ଜିବାଦୀ ଦାସତ୍ୱରୁ ଶ୍ରମଜୀବୀମାନଙ୍କୁ ମୁକ୍ତ କରାଇବା ପାଇଁ ଲକ୍ଷ୍ୟ ରଖିଥଲା ।