ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଦୁଇଟି ନିର୍ବାଚନ ପ୍ରଚାର କରିବେ । ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ବରରେ ପହଞ୍ଚି ରାଜଭବନରେ ରହିଛନ୍ତି ମୋଦି ।ସକାଳେ ବିଜେପିର ବରିଷ୍ଠ ନେତୃମଣ୍ଡଳୀ ଓ ନିର୍ବାଚନରେ ପ୍ରାର୍ଥୀ ହୋଇଥିବା ବିଜେପି ନେତାଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ପରେ ସେ ବ୍ରହ୍ମପୁର ଯିବେ । ମୋଦୀ ବାୟୁସେନାର ସ୍ବତନ୍ତ୍ର ବିମାନରେ ରାତି ପ୍ରାୟ ୧୦ଟା ୩୫ରେ ପହଞ୍ଚିବା ପରେ ତାଙ୍କୁ ବିମାନବନ୍ଦରରେ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି। ମୋଦୀଙ୍କୁ ଓଡ଼ିଶାର ପାରମ୍ପରିକ ବାଦ୍ୟ ଓ ନୃତ୍ୟରେ ଓଡ଼ିଶାକୁ ସ୍ବାଗତ କରାଯାଇଥିଲା। ମୋଦୀ ମଧ୍ୟ ହାତରେ ଏଲ୍ଇଡି ‘ପଦ୍ମ ଫୁଲ’ ଦେଖାଇ ଅଭିଭାଦନ ଜଣାଇଥିଲେ। ଏହାପରେ ସ୍ବତନ୍ତ୍ର କାରକେଡ୍ରେ ରାଜଭବନକୁ ଯାଇଥିଲେ। ମୋଦୀଙ୍କୁ ଦେଖିବାକୁ ବିମାନବନ୍ଦରରୁ ରାଜଭବନ ପର୍ଯ୍ୟନ୍ତ ହଜାର ହଜାର ଲୋକଙ୍କ ଭିଡ଼ ଦେଖିବାକୁ ମିଳିଥିଲା।