ବିଜେପିର କିଛି ନେତା ୧୦ ବର୍ଷ ହେବ ମୋ ସ୍ୱାସ୍ଥ୍ୟକୁ ନେଇ ଅପପ୍ରଚାର କରୁଛନ୍ତି । ସେହିଭଳି ପ୍ରଧାନମନ୍ତ୍ରୀଙ୍କ ବୟାନକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ଯଦି ପ୍ରଧାନମନ୍ତ୍ରୀ ସତରେ ମୋ ସ୍ୱାସ୍ଥ୍ୟାବସ୍ଥାକୁ ନେଇ ସତରେ ଚିନ୍ତିତ ତାହେଲେ ମୋତେ ଫୋନ୍ କରିପାରିଥାନ୍ତେ ଏବଂ ସ୍ୱାସ୍ଥ୍ୟବସ୍ଥା ବାବଦରେ ବୁଝିପାରିଥାନ୍ତେ । କାରଣ ପ୍ରଧାନମନ୍ତ୍ରୀଙ୍କ ସହ ମୋର ଭଲ ସମ୍ପର୍କ । କିନ୍ତୁ ଏହା କରିବା ପରିବର୍ତ୍ତେ ଜନସଭାରେ ୩ଥର ମୋ ସ୍ୱାସ୍ଥ୍ୟ ଖରାପ ଥିବା କହିଲେ । ନିର୍ବାଚନରେ ଭୋଟ ପାଇବାକୁ ଏମିତି କରୁଛନ୍ତି ବୋଲି କହିଛନ୍ତି ନବୀନ ।
ଏହାସହ ନବୀନ କହିଛନ୍ତି, ମୁଁ ସମ୍ପୂର୍ଣ୍ଣ ସୁସ୍ଥ ଅଛି । ମାସେ ହେଲା ଖରାରେ ପ୍ରଚାର କରୁଛି । ରାଜ୍ୟବାସୀଙ୍କ ସେବା କରିବାକୁ ସମ୍ପୂର୍ଣ୍ଣ ଫିଟ୍ ଥିବା ସେ କହିଛନ୍ତି । ବିଜେପି ହତାଶ ହୋଇ ମିଥ୍ୟା ପ୍ରଚାର କରୁଛି । ଗତ ୧୦ ବର୍ଷ ହେବ ବିଜେପିର କିଛି ନେତା ଏମିତି ଅପପ୍ରଚାର କରୁଛନ୍ତି ।
ଏହାସହ ଭି.କେ ପାଣ୍ଡିଆନ ତାଙ୍କର ଉତରାଧିକାରୀ ନୁହଁନ୍ତି ବୋଲି କହିଛନ୍ତି ନବୀନ ପଟ୍ଟନାୟକ । ଉତରାଧିକାରୀ କିଏ ହେବେ ତାହା ରାଜ୍ୟବାସୀ ନିଷ୍ପତି ନେବେ । କାହିଁକି ଏମିତି ଅପପ୍ରଚାର କରାଯାଉଛି ତାହା ବୁଝିପାରୁନି । କାରଣ ପାଣ୍ଡିଆନ ନିର୍ବାଚନ ମଧ୍ୟ ଲଢୁନାହାନ୍ତି ବୋଲି କହିଛନ୍ତି ନବୀନ । ମୁଁ ସରକାରରେ ସବୁ ନିଷ୍ପତ୍ତି ନିଏ ।