ଚଳିତ ବିଧାନସଭାର ଶେଷ କ୍ୟାବିନେଟ ବୈଠକରେ ଗୁରୁତ୍ବପୂଣ୍ଣ ନିଷ୍ପତ୍ତି
। ଏଥିରେ ବିଧାନସଭା ଭଙ୍ଗ ପାଇଁ ରାଜ୍ୟପାଳଙ୍କୁ ସୁପାରିଶ କରାଯାଇଛି ।ମୁଖ୍ୟମନ୍ତ୍ରୀ ନବୀନ
ପଟ୍ଟନାୟକ ଭର୍ଚ୍ଚୁଆଲରେ ବୈଠକରେ ସାମିଲ ହୋଇଛନ୍ତି ।ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ
କ୍ୟାବିନେଟ ବୈଠକରେ ଏହି ନିଷ୍ପତ୍ତି ହୋଇଛି ।
ଚଳିତ ସାଧାରଣ ନିର୍ବାଚନରେ ଭୋଟ ଗଣତି ଆସନ୍ତା
4 ତାରିଖରେ ଅନୁଷ୍ଠିତ ହେବ । ଭୋଟ ଗଣତି ପୂର୍ବରୁ ମନ୍ତ୍ରିମଣ୍ଡଳ ଭଙ୍ଗ କରିବା ନେଇ ବୈଠକରେ
ନିଷ୍ପତ୍ତି ହୋଇଛି । ଭୋଟ ଗଣତି ପରେ ସଂଖ୍ୟା ଗରିଷ୍ଠତା ହାସଲ କରିଥିବା ଦଳ ସରକାର ଗଢିବା
ନେଇ ରାଜ୍ୟପାଳଙ୍କୁ ଅବଗତ କରାଇବେ । ଭାରତର ନିର୍ବାଚନ ଆେୟାଗଙ୍କ ନିର୍ବାଚନ ପ୍ରକ୍ରିୟା ଅନୁଯାୟୀ ଜୁନ 4 ରେ ଭୋଟ ଗଣତି ରହିଛି । ଏହା ପୂର୍ବରୁ
ରାଜ୍ୟ ସରକାର ତାଙ୍କର କାର୍ଯ୍ୟକାଳ ପୂରଣ ନେଇ ଅବଗତ କରାଇବେ ।