ରାଜ୍ୟରେ
ପ୍ରଚଣ୍ଡ ତାତିକୁ ଦୃଷ୍ଟିରେ ରଖି 8 ଜିଲ୍ଲାପାଳଙ୍କ ପାଇଁ ନିର୍ଦ୍ଦେଶାନାମା ଜାରି କରିଛନ୍ତି ଏସଆରସି
। ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୋନପୁର, ବଲାଙ୍ଗୀର , ବୌଦ୍ଧ ଓ ନୂଆପଡ଼ା,
ଜିଲ୍ଲା ପାଇଁ ଜାରି ହୋଇଛି ନିର୍ଦ୍ଦେଶନାମା ।ଦିନ 11 ଟାରୁ 3ଟା
ପର୍ଯ୍ୟନ୍ତ ଶ୍ରମିକଙ୍କୁ ଘରୁ ନବାହାରିକୁ ପରାମର୍ଶ ଦିଆଯାଇଛି । ଏହା ସହ ଏହି ସମୟ ମଧ୍ୟରେ
ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଛି । ସେହିପରି ହାଲୁକା , ଧଳା ଓ ସୂତା ବସ୍ତ୍ର ପରିଧାନ କରିବାକୁ କୁହଯାଇଛି ।
ବାହାରକୁ ବାହାରିବା ସମୟରେ ମୁଣ୍ଡକୁ ଘୋଡ଼ାଇ ରଖିବା ଓଦା
କପଡ଼ା, ଛତା ଓ ଟୋପି ପିନ୍ଧିବାକୁ ପରାମର୍ଶ
ଦିଆଯାଇଛି । ଏଥିସହ ପ୍ରଚୁର ପାଣି, ଓଆରଏସ, ଲସି, ତୋରାଣି, ଆଖୁରସ, ଲେମ୍ବୁ ପାଣି ପିଇବାକୁ ପରାମର୍ଶ
ଦିଆଯାଇଛି । ବିଶେଷକରି ଗର୍ଭବତୀ ଓ ମେଡିକାଲରେ କାର୍ଯ୍ୟରତ କର୍ମଚାରୀଙ୍କ ପ୍ରତି ଅଧିକ
ଗୁରୁତ୍ୱ ଦେବାକୁ କୁହାଯାଇଛି ।
ଅନ୍ୟପଟେ
ପାଣିପାଗ ବିଭାଗର ସୂଚନା ମୁତାବକ, ଦୁଇ ଦିନ ତଳୁ ଓଡ଼ିଶା ଛୁଇଁଛି ମୌସୁମୀ । ହେଲେ ପାଗ ଅନୁକୁଳ ନଥିବାରୁ
ରାଜ୍ୟରେ ସକ୍ରିୟ ହୋଇପାରୁନି ମୌସୁମୀ ବାୟୁ । ଫଳରେ ରାଜ୍ୟରେ ଏପର୍ଯ୍ୟନ୍ତ ଅଗ୍ରସର
ହୋଇପାରୁନାହିଁ ମୌସୁମୀ ବାୟୁ । ଏପରିକି ଆଗାମୀ ୩ରୁ ୪ ଦିନ ପର୍ଯ୍ୟନ୍ତ ଅଗ୍ରସର ହୋଇନପାରେ
ମୌସୁମୀ । ବର୍ତ୍ତମାନ ଉତ୍ତର ପଶ୍ଚିମ ଦିଗରୁ ପବନ ପ୍ରବେଶ କରୁଛି । ଯାହାର ପ୍ରଭାବରେ ଗ୍ରୀଷ୍ମ
ପ୍ରବାହ ସାଙ୍ଗକୁ ଗୁଳୁଗୁଳି ଅନୁଭୁତ ହେଉଛି । ଆଗାମୀ ୫ ଦିନ ଯାଏଁ ଉତ୍ତର ଓ ଉପକୂଳ ଓଡ଼ିଶାରେ
ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳି ଜାରି ରହିବ । ଦିନ ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିବା ନେଇ ଆକଳନ
କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।