ଆସନ୍ତାକାଲି
ଓଡ଼ିଶାର ପ୍ରଥମଥର ପାଇଁ ଶପଥ ନେବେ ବିଜେପି ମୁଖ୍ୟମନ୍ତ୍ରୀ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କ ଶପଥଗ୍ରହଣ ଉତ୍ସବରେ
ସାମିଲ ହେବାକୁ ଓଡ଼ିଶା ଆସୁଛନ୍ତି । ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ବରରେ ସୁରକ୍ଷା ବ୍ୟବସ୍ଥା
କଡ଼ାକଡ଼ି କରାଯାଇଛି । ଜନତା ମୈଦାନରେ ହେବାକୁ ଥିବା ଶପଥଗ୍ରହଣ ଉତ୍ସବ ଓ ପ୍ରଧାନମନ୍ତ୍ରୀଙ୍କ
ଗସ୍ତକୁ ଦୃଷ୍ଟିରେ ରଖି 5 ଘଣ୍ଟାରେ ଟ୍ରାଫିକ କଟକଣା ଜାରି କରିଛି କମିସନରେଟ ପୋଲିସ ।
ଅପରାହ୍ନ 2 ଟାରୁ ସନ୍ଧ୍ୟା 7 ଟା ଯାଏଁ ଜୟଦେବ ବିହାରରୁ ନାଲକୋ ଛକ ମଧ୍ୟରେ ଗାଡ଼ି ଚଳାଚଳ ଉପରେ
ରୋକ ଲଗାଯାଇଛି । ସେହିଭଳି ଏହି ରୁଟକୁ ସଂଯୋଗ କରୁଥିବା ଗଳି ରାସ୍ତାକୁ ମଧ୍ୟ ସିଲ କରାଯିବ ।
ଏହି ରାସ୍ତାରେ ମଧ୍ୟ ଗାଡ଼ି ଚଳାଚଳ ହେବନି ବୋଲି
ସ୍ବଷ୍ଟ କରିଛି ପୋଲିସ କମିସନର ।ବିମାନବନ୍ଦର ଜନତା ମୈଦାନ ପର୍ଯ୍ୟନ୍ତ ସୁରକ୍ଷା ବ୍ୟବସ୍ଥାକୁ
କଡ଼ାକଡ଼ି କରାଯାଇଛି । ଶପଥଗ୍ରହଣ ଉତ୍ସବରେ ସାମିଲ ହେବାକୁ ବସରେ ଆସିଥିବା ଯାତ୍ରୀ ଓଏସଏପି ୭ମ
ବିଏନ ପଡିଆ ଗେଟ୍ ସାମ୍ନାରେ ଓହ୍ଲାଇ ଚାଲି ଚାଲି ଜନତା ମୈଦାନକୁ ଯିବେ । ସେହିଭଳି ଏହି ବସ୍
ଗୁଡିକ ରେଲୱେ କଲୋନୀ ଗୋଲେଇ ଛକ ଠାରୁ ଉକ୍ରଳ ହସ୍ପିଟାଲ ଏବଂ ହାତିଆସୁଣୀ ଛକ ରାସ୍ତାରେ
ପାର୍କିଂ କରିପାରିବେ । ସେହିଭଳି ଚାରି ଚକିଆ ଯାନ ଗୁଡିକ ସୈନିକ ସ୍କୁଲ କ୍ୟାମ୍ପସରେ ପାର୍କିଂ
କରିବେ ।
ମୋଟ୍ ୬୭
ପ୍ଲାଟୁନ୍ ପୁଲିସ୍ ଫୋର୍ସ
ମୁତୟନ ରହିବେ। ତମାମ କାର୍ଯ୍ୟକ୍ରମ ପାଇଁ ଜଣେ
ଆଇଜି ଓ ଦୁଇ ଜଣ ଡିଆଇଜିଙ୍କୁ ଦାୟିତ୍ଵ ଦିଆଯାଇଛି। ଜନତା ମୈଦାନରେ ଆଇଜି ପ୍ରବୀଣ କୁମାର
ସୁରକ୍ଷା ଦାୟିତ୍ଵ ତଦାରଖ କରିବେ। ଡିଆଇଜି ସାର୍ଥକ ଷଡଙ୍ଗୀ ଏୟାରପୋର୍ଟ ଏବଂ ଉମାଶଙ୍କର ଦାସ
ଟ୍ରାଫିକ କଟକଣା କଥା ବୁଝିବେ। ୧୩ ଡିସିପି, ୧୮ଜଣ ଏଡିସିପି
ରାଙ୍କ ଅଧିକାରୀ, ୫୮ ଏସିପି, ୯୪ ଇନ୍ସପେକ୍ଟର, ୩୧୨ଜଣ ଏସଆଇ ସୁରକ୍ଷା ଦାୟିତ୍ଵରେ ରହିବା ନେଇ
ସୂଚନା ଦେଇଛନ୍ତି ପୁଲିସ୍ କମିଶନର ସଞ୍ଜୀବ ପଣ୍ଡା।