ଧାନ ମଣ୍ଡିରେ
ଲାଗିବ ସିସିଟିଭି । ମଣ୍ଡିରୁ ମିଲକୁ ଯାଉଥିବା ଗାଡ଼ିରେ ଲାଗିବ ଜିପିଏସ । ରାଜ୍ୟରେ ଦୁର୍ନୀତିକୁ
ରୋକିବାକୁ କିଛି ଏଭଳି ପଦେକ୍ଷପ ନେବାକୁ ଯାଉଛି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ।
ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ କହିବା ମୁତାବକ ଏଣିକି ମଣ୍ଡିରୁ ମିଲକୁ ଯାଉଥିବା ଗାଡ଼ିରେ ଜିପିଏସ
ଲାଗାଯିବ । ଏନେଇ ବିଭାଗୀୟ ଅଧିକାରୀଙ୍କୁ ମଧ୍ୟ ସେ ନିର୍ଦେଶ ଦେଇଛନ୍ତି । ଆସନ୍ତା ଦୁଇ ମାସ
ଭିତରେ ନୂଆ ବ୍ୟବସ୍ଥା ଆରମ୍ଭ ହେବ ବୋଲି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ମନ୍ତ୍ରୀ
କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି । ଅନ୍ୟପଟେ ଦୁର୍ନୀତି କଲେ ସ୍ପଟରେ ହେବ ଆକନ୍ସ ।
ଏଥିସହ ରାଜ୍ୟରେ ଅଧିକରୁ ଅଧିକ ଶୀତଳ ଭଣ୍ଡାର ହେଉ ବୋଲି ମୁଖ୍ୟମନ୍ତ୍ରୀ ଚାହୁଁଥିବା କହିଛନ୍ତି
ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।