ଆଜିଠାରୁ
ଲେକାସେବା ଭବନରେ ବିଧିବଦ୍ଧ ଭାବେ କାର୍ଯ୍ୟଭାର ସମ୍ଭାଳିଛନ୍ତି ମୁଖ୍ୟମନ୍ତ୍ରୀ । ଲେକସେବା
ଭବନରେ ପହଞ୍ଚିବା ପରେ ମୁଣ୍ଡିଆ ମାରି ଭିତରକୁ ପ୍ରବେଶ କରିଛନ୍ତି ମୋହନ ମାଝୀ । ଏହାପରେ
ମୁଖ୍ୟମନ୍ତ୍ରୀଙ୍କୁ ପାଛୋଟି ନେଇଛନ୍ତି ଉପମୁଖ୍ୟମନ୍ତ୍ରୀ ଓ କ୍ୟାବିନେଟ ମନ୍ତ୍ରୀ ।ଜୁନ 12 ତାରିଖରେ
ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ ମୋହନ । ତେବେ ସେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ
କାର୍ଯ୍ୟାଳୟକୁ ଆସି ନଥିଲେ । ରାଜ୍ୟ ଅତିଥି ଭବନରେ ଅସ୍ଥାୟୀ କାର୍ଯ୍ୟାଳୟ ଖୋଲି କାମ କରୁଥିଲେ
। ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀଙ୍କ ପ୍ରକୋଷ୍ଠରେ ନବୀକରଣ କରାଯାଇଥିଲା । ଆଜି ସେହି
ପ୍ରକେଷ୍ଠକୁ ଯାଇଛନ୍ତି ମୋହନ ମାଝୀ ।