କୃଷକଙ୍କ ପାଇଁ
ରାଜ୍ୟ ସରକାରଙ୍କ ବଡ଼ ଘୋଷଣା । ପ୍ରଧାନମନ୍ତ୍ରୀ କିଷାନ ଯୋଜନାରେ ସାମିଲ ହେବେ ଯୋଗ୍ୟ କାଳିଆ
ହିତାଧିକାରୀ । ଚାଷୀ ଆୟ ବୃଦ୍ଧି ପାଇଁ ସମୃଦ୍ଧ କୃଷକ ନୀତିକୁ ତୁରନ୍ତ କାର୍ଯ୍ୟକାରୀ କରିବା
ଉପରେ ଗୁରୁତ୍ବ ଦିଆଯାଇଛି । କୃଷି ବିଭାଗର ସମୀକ୍ଷା ବୈଠକ ପରେ ଏନେଇ ସୂଚନା ଦେଇଛନ୍ତି
ମୁଖ୍ୟମନ୍ତ୍ରୀ । ସେହିପରି ଚାଷୀଙ୍କ ପାଇଁ ରାଜ୍ୟରେ ପ୍ରତିଷ୍ଠା ହେବ 58 ଟି ଶୀତଳ ଭଣ୍ଡାର ।
ସବ ଡ଼ିଭିଜନ ସ୍ତରରେ ଶୀତଳ ଭଣ୍ଡାର ପ୍ରତିଷ୍ଠା କରାଯିବ । ଚାଷୀଙ୍କ ଆୟ ବୃଦ୍ଧି ପାଇଁ ସମୃଦ୍ଧ
କୃଷି ନୀତିକୁ ତୁରନ୍ତ ଲାଗୁ କରିବାକୁ ନିର୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।