ସାରା ରାଜ୍ୟରେ
ସରକାରୀ ଜମିରୁ ବେଆଇନ ଦଖଲ ହଟାଇବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜିଲ୍ଲାପାଳଙ୍କୁ
ନିର୍ଦେଶ ଦେଇଛନ୍ତି । ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ଏହି ବେଆଇନ ଜବର ଦଖଲ ହଟାଇବାକୁ
ନିର୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସରକାରୀ ଜମିଗୁଡ଼ିକ ମୁଖ୍ୟତଃ ବିକାଶ ଓ ସର୍ବସାଧାରଣ
କଲ୍ୟାଣ କାର୍ଯ୍ୟ ନିମେନ୍ତ ବ୍ୟବହାର ହୁଏ । ଜବରଦଖଲ ଯୋଗୁ ବିକାଶ ବାଧାପ୍ରାପ୍ତ ହେଉଛି । ତେଣୁ
ଏସବୁ ବେଆଇନ ଦଖଲ ତୁରନ୍ତ ହଟାଯିବା ଆବଶ୍ୟକ ।ପ୍ରଚଳିତ ନିୟମ ଅନୁଯାୟୀ ଜବର ଦଖଲ ହଟିବା ପରେ
ଏହାକୁ ବାଡ଼ ବସାଇ ଓ ଏଥିରେ ସମସ୍ତଙ୍କ ଦୃଷ୍ଟିଗୋଚର ହେବା ଭଳି ସାଇନ ବୋର୍ଡ଼ ଲଗାଇବା ପାଇଁ
ମଧ୍ୟ ନିର୍ଦେଶ ଦିଆ ଯାଇଛି ।