ଲୋକସଭାରେ
ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ନିଜର ବଜେଟ ଅଭିଭାଷଣ ଆରମ୍ଭ କରିଛନ୍ତି । ଏହା ସହିତ
ଲୋକସଭାରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ କେନ୍ଦ୍ର ସାଧାରଣ ବଜେଟ ଉପସ୍ଥାପନ ହୋଇଛି । ମୋଦୀଙ୍କ
୩ୟ ପାଳିର ଏହା ହେଉଛି ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍ ।ନିର୍ବାଚନ ପରେ ଅର୍ଥମନ୍ତ୍ରୀ ଲୋକସଭାରେ
ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିଛନ୍ତି । ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନଯୋଜନା ୫ ବର୍ଷ
ବଢ଼ାଯାଇଛି। ୫ ବର୍ଷରେ ୪ କୋଟି ଯୁବବର୍ଗଙ୍କୁ ନିଯୁକ୍ତି, ସୁଦକ୍ଷ ପାଇଁ ଲକ୍ଷ୍ୟ ରଖାଯାଇଛି।ନିଯୁକ୍ତି, ଶିକ୍ଷା ଓ ଦକ୍ଷତା ବିକାଶ ପାଇଁ ୧ ଲକ୍ଷ ୪୮ ହଜାର
କୋଟି ବ୍ୟବସ୍ଥା କରାଯାଇଛି। ୩୨ ଫସଲର ୧୦୯ ଉନ୍ନତ ଅମଳକ୍ଷମ ବିହନ ଚାଷୀଙ୍କୁ ମିଳିବ। ୧ କୋଟି
ଚାଷୀଙ୍କୁ ପ୍ରାକୃତିକ ଉପାୟରେ ଚାଷ ପାଇଁ ପ୍ରୋତ୍ସାହନ ଦିଆଯିବ। ଚାଷୀଙ୍କ ଉତ୍ପାଦର ଷ୍ଟୋରେଜ ଓ
ମାର୍କେଟିଂ ପାଇଁ ବିଶେଷ ବ୍ୟବସ୍ଥା ହେବ। ଏଥିସହ ଚାଷୀଙ୍କ ପାଇଁ ୧୦ ହଜାର ବାୟୋ ରିସର୍ଚ୍ଚ
କେନ୍ଦ୍ର ପ୍ରତିଷ୍ଠା ହେବ ବୋଲି ବୋଲି ଅର୍ଥମନ୍ତ୍ରୀ କହିଛନ୍ତି।