Wednesday, May 14, 2025
No Result
View All Result
Odisha 365

Latest News

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଜାତୀୟ

ପୂର୍ବ ରାଜ୍ୟ ସରକାର ରାଜନୈତିକ ଉଦ୍ଦେଶ୍ୟ ରଖି ଓଡ଼ିଶା ବିଶ୍ୱବିଦ୍ୟାଳୟ ଆଇନ ୨୦୨୦ ପ୍ରଣୟନ କରିଥିଲେ

Ramesh Parida by Ramesh Parida
Aug 14, 2024, 04:33 pm GMT+0530
FacebookTwitterWhatsAppTelegram

ଓଡ଼ିଶା ବିଶ୍ୱବିଦ୍ୟାଳୟ(ସଂଶୋଧନ) ଆଇନ ୨୦୨୦ରେ ଥିବା ଅସଙ୍ଗତିଗୁଡ଼ିକୁ ଆଇନଗତ ଓ ନିୟାମକ ଢାଞ୍ଚା ଅନୁସାରେ ସୁଧାରିବା ସହ ଆବଶ୍ୟକ ସଂଶୋଧନ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ପତ୍ର ଲେଖି ଅନୁରୋଧ କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶିକ୍ଷାବିତମାନଙ୍କ ମଧ୍ୟରେ ଆତ୍ମବିଶ୍ୱାସ ଫେରାଇ ଆଣିବା, ଶିକ୍ଷାନୁଷ୍ଠାନଗୁଡ଼ିକର ସ୍ୱାୟତତାକୁ ସୁରକ୍ଷିତ ରଖିବା ଏବଂ ଆମ ରାଜ୍ୟ ଯେପରି ଶିକ୍ଷାର ସର୍ବୋଚ୍ଚ ମାନଦଣ୍ଡ ବଜାୟ ରଖିବ ତାହା ସୁନିଶ୍ଚିତ କରିବା ପାଇଁ ଏହି ସଂଶୋଧନ ଗୁରୁତ୍ୱପୂର୍ଣ୍ଣ ବୋଲି କେନ୍ଦ୍ରମନ୍ତ୍ରୀ ପତ୍ରରେ ଉଲ୍ଲେଖ କରିଛନ୍ତି ।

ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ତତ୍କାଳୀନ ରାଜ୍ୟ ସରକାର ରାଜନୈତିକ ଉଦ୍ଦେଶ୍ୟ ରଖି ଓଡ଼ିଶା ବିଶ୍ୱବିଦ୍ୟାଳୟ(ସଂଶୋଧନ) ଆଇନ ପ୍ରଣୟନ କରିଥିଲେ, ଯାହା ମୂଳ ଆଇନ ୧୯୮୯  ଅନେକ ବ୍ୟାପକ ପରିବର୍ତ୍ତନ ଆଣିଥିଲା । ଏହି ଆଇନରେ ପରିବର୍ତ୍ତନ କେବଳ ୟୁଜିସି ଦ୍ୱାରା ନିର୍ଦ୍ଧାରିତ ୟୁଜିସି ଆଇନର ବ୍ୟବସ୍ଥା ଏବଂ ନିୟମରେ ଦ୍ୱନ୍ଦ ସୃଷ୍ଟି କରୁନଥିଲା ବରଂ ଶିକ୍ଷାନୁଷ୍ଠାନଗୁଡ଼ିକର ସ୍ୱାର୍ଥ, ସେମାନଙ୍କ ସ୍ୱାୟତତାକୁ ମଧ୍ୟ କ୍ଷୁଣ୍ଣ କରୁଥିଲା । ବିଶେଷ କରି ଗମ୍ଭୀରଦାନ କେ ଗଡ଼ଭି ବନାମ ଗୁଜରାଟ ମାମଲାରେ ମାନ୍ୟବର ସର୍ବୋଚ୍ଚ ନ୍ୟାୟାଳୟ ମାର୍ଚ୍ଚ ୦୩, ୨୦୨୨ ତାରିଖରେ ଦେଇଥିବା ରାୟ ପରିପ୍ରେକ୍ଷୀରେ ଏହି ଅସଙ୍ଗତି ଗଭୀର ଚିନ୍ତାର ବିଷୟ, ଯେଉଁଥିରେ ଶିକ୍ଷା କ୍ଷେତ୍ରରେ ରାଜ୍ୟ ସରକାର ପ୍ରଣୟନ କରିଥିବା ଆଇନ ଉପରେ ୟୁଜିସିର ସର୍ବୋଚ୍ଚ ନିୟମାବଳୀକୁ ସ୍ପଷ୍ଟ ଭାବେ ବଜାୟ ରଖାଯାଇଛି । ଉଲ୍ଲେଖଯୋଗ୍ୟ, ପୂର୍ବ ସରକାରଙ୍କ ଏହି ପଦକ୍ଷେପ ଗୁଡ଼ିକ ଓଡ଼ିଶାର ଶିକ୍ଷାନୁଷ୍ଠାନଗୁଡ଼ିକର ସ୍ୱାୟତତାକୁ ସଂଙ୍କୁଚିତ କରିବା ଉଦ୍ଦେଶ୍ୟରେ ନିଆଯାଇଥିଲା ଏବଂ ଓଡ଼ିଶାରେ ଶିକ୍ଷାବିତଙ୍କ ବିଶ୍ୱସନୀୟତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଥିଲା ।

କେନ୍ଦ୍ରମନ୍ତ୍ରୀ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ  ଓଡ଼ିଶା ସ୍ୱାଧୀନ ଓ ଉଚ୍ଚମାନର ଶିକ୍ଷାବିତଙ୍କୁ ତିଆରି କରିବାର ପରମ୍ପରା ରହିଛି, ଯେଉଁମାନେ ରାଷ୍ଟ୍ର ନିର୍ମାଣ ସହ ରାଜ୍ୟ ଶିକ୍ଷାନୁଷ୍ଠାନଗୁଡ଼ିକରେ ଜୀବନ୍ତ ଶିକ୍ଷଣ ପରିବେଶ ସୃଷ୍ଟି କରିବାରେ ବଡ ଦାୟିତ୍ୱ ଭୂମିକା ଗ୍ରହଣ କରିଛନ୍ତି । ସେମାନେ ସ୍ୱାଧୀନତା, ବିଶ୍ୱସନୀୟତା ଏବଂ ପ୍ରଶାସନିକ ଦକ୍ଷତା ଦ୍ୱାରା ରାଜ୍ୟ ପାଇଁ ଗୌରବ ଅର୍ଜନ କରିଥିଲେ । ଡ. ପ୍ରାଣକୃଷ୍ଣ ପରିଜା, ପ୍ରଫେସର ଶୀରାମ ଚନ୍ଦ୍ର ଦାସ, ପ୍ରଫେସର ଚିନ୍ତାମଣି ଆଚାର୍ଯ୍ୟ, ଡ. ସଦାଶିବ ମିଶ୍ର ଏବଂ ଡା. ମହେନ୍ଦ୍ର କୁମାର ରାଉତଙ୍କ ପରି ବ୍ୟକ୍ତିବିଶେଷମାନେ ଜଣେ ସ୍ୱାଭିମାନୀ ଏବଂ ସ୍ୱାଧୀନ ଶିକ୍ଷାବିତ୍ ଭାବେ ଦୃଢ଼ ଭାବେ ନିଜକୁ ଉପସ୍ଥାପିତ କରିଛନ୍ତି । ତେଣୁ ରାଜ୍ୟର ଶିକ୍ଷାବିତ୍ ଓ ଶିକ୍ଷାନୁଷ୍ଠାନଗୁଡ଼ିକର ବିଶ୍ୱସନୀୟତାକୁ କ୍ଷୁଣ୍ଣ କରିବା ପାଇଁ ପୂର୍ବ ସରକାର କରିଥିବା ପ୍ରୟାସକୁ ତୁରନ୍ତ ବା ଅବିଳମ୍ବେ ପୁନର୍ବିଚାର କରାଯିବା ଜରୁରୀ ।

ୟୁଜିସିର ନିୟମାବଳି ବ୍ୟାପକ ବିଚାରବିମର୍ଶ ଆଲୋଚନା ପରେ ପ୍ରସ୍ତୁତ କରାଯାଏ ଏବଂ ଶିକ୍ଷାନୁଷ୍ଠାନର ସ୍ୱାୟତତାକୁ ସମ୍ମାନ ଦେଇ ଶୈକ୍ଷିକ ମାନରେ ସମାନତା ବଜାୟ ରଖିବା ଉଦ୍ଦେଶ୍ୟରେ ପ୍ରସ୍ତୁତ କରାଯାଇଥାଏ ।  ଯଦି କୌଣସି ଆଇନଗତ ଢାଞ୍ଚା ଯାହା ଏହି ନିୟମାବଳିକୁ ଅଣଦେଖା କରେ, ତାହା ଉଚ୍ଚ ଶିକ୍ଷା ବ୍ୟବସ୍ଥାରେ ପରିର୍ତ୍ତନ ଆଣିବା ସହ ଶିକ୍ଷାର ଗୁଣାତ୍ମକ ମାନ ଏବଂ ଶିକ୍ଷାବିତଙ୍କ ସମ୍ମାନ ଉପରେ  ମଧ୍ୟ ପ୍ରଭାବ ପକାଇଥାଏ ।

ବିଶ୍ୱବିଦ୍ୟାଳୟରେ କୁଳପତି ଚୟନ, ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ଓ ପଦ୍ଧତି ସମ୍ପର୍କରେ ଉପରୋକ୍ତ ବିଶ୍ୱବିଦ୍ୟାଳୟ (ସଂଶୋଧନ) ଆଇନରେ ଯେଉଁ ନିର୍ଦ୍ଦିଷ୍ଟ ବ୍ୟବସ୍ଥା ରହିଛି ତାହା କେବଳ ୟୁଜିସିର ଏହି ନିୟମାବଳୀ ସହ ଅସଙ୍ଗତ ନୁହେଁ ବରଂ ମାନ୍ୟବର ସର୍ବୋଚ୍ଚ ନ୍ୟାୟାଳୟଙ୍କ ଦ୍ୱାରା ନିର୍ଦ୍ଧାରିତ ନ୍ୟାୟିକ ନିର୍ଦ୍ଦେଶକୁ ମଧ୍ୟ ଅଣଦେଖା କରୁଛି । ଏହାବ୍ୟତୀତ ସଂଶୋଧିତ ଆଇନ ଅନୁଯାୟୀ ବିଶ୍ୱବିଦ୍ୟାଳୟର ସର୍ବୋଚ୍ଚ କାର୍ଯ୍ୟନିର୍ବାହୀ ସଂସ୍ଥା ସିଣ୍ଡିକେଟ୍ ଗଠନରେ କୁଳାଧିପତି ଓ ସରକାରୀ ଅଧିକାରୀଙ୍କ ବହୁ ସଂଖ୍ୟକ ମନୋନୀତ ସଦସ୍ୟଙ୍କୁ ସାମିଲ କରାଯିବା ଶିକ୍ଷାବିତ୍ ମହଲରେ ଉଦବେଗ ସୃଷ୍ଟି କରିଛି ।

ଏହି ସଂଶୋଧନ ଶିକ୍ଷାନୁଷ୍ଠାନଗୁଡ଼ିକ ଉପରେ ଅତ୍ୟଧିକ ସରକାରୀ ନିୟନ୍ତ୍ରଣ ସୃଷ୍ଟି କରିପାରେ, ଯାହାକି ଶିକ୍ଷକଙ୍କ ସ୍ୱାଧୀନତାକୁ ଅଣଦେଖା କରିବ । ସେହିପରି ଏହି ଆଇନ ସ୍ୱାଧୀନ ଭାବରେ କାର୍ଯ୍ୟ କରିବା ଏବଂ ଶୈକ୍ଷିକ ଅଖଣ୍ଡତା ବଜାୟ ରଖିବାର କ୍ଷମତାକୁ କ୍ଷୁଣ୍ଣ କରିପାରେ ବୋଲି ଶିକ୍ଷାବିତ ସମ୍ପ୍ରଦାୟ ମଧ୍ୟରେ ଆଶଙ୍କା ସୃଷ୍ଟି ହୋଇଛି । ସ୍ୱାୟତତାର ଏହି ଅବକ୍ଷୟ  ଶିକ୍ଷାନୁଷ୍ଠାନ ସହ ଛାତ୍ରଛାତ୍ରୀଙ୍କୁ ଦିଆଯାଉଥିବା ଶିକ୍ଷାର ଗୁଣବତ୍ତାର ମାନ ଉପରେ ମଧ୍ୟ ପ୍ରଭାବ ପଡିବ । ୟୁଜିସି ଦ୍ୱାରା ପ୍ରସ୍ତୁତ କରାଯାଇଥିବା ନିୟମ ଆଧାରରେ ଶିକ୍ଷାନୁଷ୍ଠାନର ସନ୍ତୁଳନ ବଜାୟ ରଖି ୟୁଜିସିର ନିୟମାବଳିରେ କାର୍ଯ୍ୟ କରିବା ଆବଶ୍ୟକ । ଏହି ଗୁରୁତ୍ୱପୂର୍ଣ୍ଣ ବିଷୟକୁ ରାଜ୍ୟ ଗୁରୁତ୍ୱର ସହ ନେଇ ପଦକ୍ଷେପ ନେବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝିଙ୍କ ହସ୍ତକ୍ଷେପ ଲୋଡିଛନ୍ତି ।

ShareTweetSendShare

RelatedNews

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ
Latest News

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା
Latest News

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?
Latest News

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

Latest News

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.