ଗତକାଲି ରାତିରେ ଗଞ୍ଜାମ ଜିଲ୍ଲା ଚିକିଟି ଅଚଂଳରେ ବିଷାକ୍ତ ମଦ ପିଇ ପାଖାପାଖି 20 ଜଣ ଅସୁସ୍ଥ ହୋଇ ପଡ଼ିଥିବା ଘଟଣାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଅବକାରୀ , ପୂର୍ତ୍ ଓ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ବେଆଇନ ମଦ କାରବାରରେ ଯେଉଁମାନେ ଲିପ୍ତ ଅଛନ୍ତି ସେମାନଙ୍କ ବିରୁଦ୍ଧରେ ଖୁବ ଶିଘ୍ର କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି ।
ଖାଲି ସେତିକି ନୁହେିଁ ରାଜ୍ୟରେ ଚୋରା ମଦ କାରବାରକୁ କିପରି ରୋକିହେବ ସେ ନେଇ ପଦକ୍ଷେପ ନୂଆ ଅବକାରୀ ନୀତିରେ ସାମିଲ କରାଯିବ । ତେବେ ଚିକିଟିରେ ଯେଉଁମାନେ ମଦ ପିଇ ଅସୁସ୍ଥ ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ ଅଛି । 20 ଜଣଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଗୁରୁତର ଥିଲା ତାଙ୍କ ସ୍ବାସ୍ଥ୍ୟ ଅବସ୍ଥାରେ ସୁଧାର ଆସିବାରେ ଲାଗିଛି ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି । ଏହାଛଡ଼ା ଏହି ମାମଲାରେ 5 ଜଣଙ୍କୁ ଗିରଫ କରାଯାଇଥିବା ନେଇ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି ।