ଆନ୍ଧ୍ରପ୍ରଦେଶର ଅନାକାପଲ୍ଲୀର ଏକ କାରଖାନାରେ ହୋଇଥିବା ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକମାନଙ୍କ ପ୍ରତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସମବେଦନା ଜଣାଇଛନ୍ତି । ଏଥିସହ ଶ୍ରୀ ମୋଦୀ ଦୁର୍ଘଟଣାରେ ଆହତ ହୋଇଥିବା ଲୋକମାନଙ୍କର ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି । ପ୍ରଧାନମନ୍ତ୍ରୀ ମଧ୍ୟ ପିଏମ୍ଏନ୍ଆର୍ଏଫ୍ରୁ ମୃତକଙ୍କ ପରିବାରମାନଙ୍କ ପାଇଁ ୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କ ପାଇଁ ୫୦ ହଜାର ଟଙ୍କାର ସହାୟତା ଘୋଷଣା କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି ଯେ; “ଅନାକାପଲ୍ଲୀରେ ଥିବା ଏକ କାରଖାନାରେ ଘଟିଥିବା ଦୁର୍ଘଟଣାରେ ହୋଇଥିବା ଜୀବନ ହାନୀ ଯୋଗୁଁ ଦୁଃଖିତ । ଯେଉଁମାନେ ସେମାନଙ୍କର ନିକଟତମ ଏବଂ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ସମବେଦନା । ଆହତମାନେ ଶୀଘ୍ର ସୁସ୍ଥ ହୁଅନ୍ତୁ । ପିଏମ୍ଏନ୍ଆର୍ଏଫ୍ରୁ ପ୍ରତ୍ୟେକ ମୃତକଙ୍କ ପରିବାର ପାଇଁ ୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କୁ ୫୦,୦୦୦ ଟଙ୍କା ଲେଖାଏଁ ସହାୟତା ଦିଆଯିବ ।”