Friday, June 6, 2025
No Result
View All Result
Odisha 365

Latest News

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ରାଜନୀତି

ମମତା ମହାନ୍ତ ରାଜ୍ୟସଭା ସାଂସଦ ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ

ମମତା ମହାନ୍ତଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି

Ramesh Parida by Ramesh Parida
Aug 27, 2024, 07:55 pm GMT+0530
FacebookTwitterWhatsAppTelegram

ଭୁବନେଶ୍ବର: ବିଜେପି ନେତା ମମତା ମହାନ୍ତ ରାଜ୍ୟସଭା ସାଂସଦ ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେବାପରେ ରାଜ୍ୟସଭା ନିର୍ବାଚନ ରିଟର୍ଣ୍ଣିଂ ଅଫିସରଙ୍କଠାରୁ ସେ ତାଙ୍କ ସାର୍ଟିଫିକେଟ ଗ୍ରହଣ କରିଛନ୍ତି।  ମମତା ମହାନ୍ତଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ଏହି ଅବସରରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ, ରବି ନାଏକ, ବରିଷ୍ଠ ବିଜେପି ନେତା ଜୟନାରାୟଣ ମିଶ୍ର ପ୍ରମୁଖ ଉପସ୍ଥିତ ରହି ଅଭିନନ୍ଦନ ଜଣାଇଛନ୍ତି  । ଅନ୍ୟତମ ବିଜେପି ନେତା ଜଗନ୍ନାଥ ପ୍ରଧାନ ରାଜ୍ୟସଭା ନିର୍ବାଚନରୁ ଓହରିଯିବା ପରେ ସେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି।

ଜୁଲାଇ 31ରେ ବିଜୁ ଜନତା ଦଳର ଏମପି ମମତା ମହନ୍ତ ରାଜ୍ୟ ସଭାରୁ ଇସ୍ତଫା ଦେଇଥିଲେ। ପ୍ରଥମେ ଏନେଇ ରାଜ୍ୟ ସଭା ଅଧ୍ୟକ୍ଷ ଜଗଦୀପ ଧନକର ଗୃହରେ ସୂଚନା ଦେଇଥିଲେ। ମମତା ୨୦୨୦ରେ ରାଜ୍ୟ ସଭାକୁ ବିଜେଡି ଟିକେଟ୍‌ରେ ନିର୍ବାଚିତ ହୋଇଥିଲେ। କୁଡ଼ୁମୀ ସଂପ୍ରଦାୟର ଜଣେ ଟାଣୁଆ ନେତ୍ରୀ ଭାବେ ମମତା ମହାନ୍ତ ବେଶ ପରିଚିତ। ମମତାଙ୍କ କାର୍ଯ୍ୟକାଳ ସମାପ୍ତ ହୋଇନଥିବା ବେଳେ ଅଧାରୁ ସେ ଇସ୍ତଫା ଦେଇଥିଲେ ।

ମମତା ରାଜ୍ୟ ସଭାରୁ ଇସ୍ତଫା ଦେବା ସହିତ ବିଜୁ ଜନତା ଦଳରୁ ମଧ୍ୟ ସେ ଇସ୍ତଫା ଦେଇଥିଲେ। ବିଜେଡିରୁ ଇସ୍ତଫା ଦେଇଥିବା ନେଇ ସେ ‘ଏକ୍ସ’ରେ ସୂଚନା ଦେଇଥିଲେ। ନିଜର ଇସ୍ତଫା ପତ୍ରରେ ସେ କହିଥିଲେ, ”ମୁଁ ଆଜି ରାଜ୍ୟ ସଭା ସଦସ୍ୟ ପଦରୁ ଇସ୍ତଫା ଦେଇଛି । ବିଜୁ ଜନତା ଦଳର ସଭାପତି ଶ୍ରୀ ନବୀନ ପଟ୍ଟନାୟକଙ୍କ ପାଖକୁ ମଧ୍ୟ ଇସ୍ତଫା ପତ୍ର ପଠାଇ ଦେଇଛି। ମୋତେ ଜିଲା ପରିଷଦର ସଦସ୍ୟ ଓ ରାଜ୍ୟ ସଭାର ସଦସ୍ୟ ଭାବେ ସେ ମନୋନୀତ କରି ମୋର ଜିଲା ମୟୂରଭଞ୍ଜ ଓ ରାଜ୍ୟର ସେବା କରିବା ପାଇଁ ସୁଯୋଗ ଦେଇଥିଲେ । ଆଜି ମୋର ସେବାର ଆବଶ୍ୟକତା ସେ ଦଳ ଅନୁଭବ କରୁନାହିଁ। ମୁଁ ଯେହେତୁ ଲୋକଙ୍କ ନେତା ଏବଂ ସେମାନଙ୍କ ସେବା ହିଁ ମୋର ମୁଖ୍ୟ ଧ୍ୟେୟ, ସେଥିପାଇଁ ମୁଁ ସେ ଦଳରେ ରହିବାର ଆବଶ୍ୟକତା ଅନୁଭବ କଲି ନାହିଁ । ସେଥିପାଇଁ ମୁଁ ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟତା ଏବଂ ରାଜ୍ୟ ସଭା ସଭ୍ୟ ପଦରୁ ଇସ୍ତଫା ଦେଲି

୨୦୧୧ରେ ରାଜନୀତିରେ ପାଦ ଥାପିଥିବା ମମତା ୨୦୧୨ରେ ମୟୂରଭଂଜ ବିଶୋଇ ବ୍ଲକ୍‌ର ୩୪ ନମ୍ବର ଜୋନ୍‌ରୁ ଜିଲ୍ଲା ପରିଷଦ ସଦସ୍ୟା ଭାବେ ନିର୍ବାଚିତ ହୋଇଥିଲେ। ପରବର୍ତ୍ତୀ ସମୟରେ ସାଂଗଠନିକ ଦକ୍ଷତା ଓ ନେତୃତ୍ବ ନେବାର ସାମର୍ଥ୍ୟକୁ ଦୃଷ୍ଟିରେ ରଖି ତାଙ୍କୁ ମହିଳା ମୋର୍ଚ୍ଚା ସଭାପତି କରାଯାଇଥିଲା। ବି‌ଶେଷ କରି ମହିଳା ସ୍ବୟଂସହାୟିକା ଗୋଷ୍ଠୀ ସହିତ ତାଙ୍କର ସଂପୃକ୍ତି ଶୀର୍ଷ ନେତୃତ୍ବଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ରାଜ୍ୟସଭା ସାଂସଦ ସରୋଜିନୀ ହେମ୍ବ୍ରମ୍‌ଙ୍କ କାର୍ଯ୍ୟକାଳ ପୂରଣ ହେବା ପରେ କୁଡୁମୀ ସମ୍ପ୍ରଦାୟ ତଥା ଓବିସି ବର୍ଗର ମହିଳା ମମତାଙ୍କ ପ୍ରାର୍ଥିତ୍ବ ଉପରେ ମୋହର ଲଗାଇଥିଲେ ବିଜେଡି ସୁପ୍ରିମୋ ନବୀନ। ପରେ ସେ ଇସ୍ତଫା ଦେଇ ବିଜେପିରେ ମିଶିଥିଲେ ।

୨୦୨୬ ଏପ୍ରିଲରେ ତାଙ୍କ କାର୍ଯ୍ୟକାଳ ସମାପ୍ତ ହୋଇଥା’ନ୍ତା। ତେବେ କାର୍ଯ୍ୟକାଳ ଶେଷ ହେବାର ୨୧ ମାସ ପୂର୍ବରୁ ଗତ ଜୁଲାଇ ୩୧ ତାରିଖରେ ସେ ରାଜ୍ୟସଭା ସହିତ ବିଜେଡିରୁ ଇସ୍ତଫା ଦେଇଥିଲେ। ବିଜେଡି ଛାଡ଼ିବା ପର ଦିନ ଅର୍ଥାତ୍ ଅଗଷ୍ଟ ୧ ତାରିଖରେ ସେ ବିଜେପିରେ ମିଶିଥିଲେ।

ତାଙ୍କ ଇସ୍ତଫା ପରେ ଆଶା କରାଯାଉଥିଲା ଦଳ ତାଙ୍କୁ ପୁଣି ରାଜ୍ୟସଭା ପଠାଇବ । ଏହା ପରେ  ବିଜେଡି ଉପରେ ଅସନ୍ତୋଷ ଝାଡ଼ିଥିଲେ ମମତା। ତାଙ୍କୁ ଦଳରେ ଅଣଦେଖା କରାଯାଇଥିବା ସେ ଅଭିଯୋଗ ଆଣିଥିଲେ। ଏମିତିକି ତାଙ୍କୁ ନିର୍ବାଚନ ପରେ ବିଜେଡିରୁ ବାହାର କରି ଦେବାକୁ ଧମକ ଦିଆଯାଇଥିଲା।

ସପ୍ତାହେ ତଳେ ବିଜେପି ମମତା ମହାନ୍ତଙ୍କୁ ରାଜ୍ୟସଭା ନିର୍ବାଚନ ପାଇଁ ପ୍ରାର୍ଥୀ କରାଯାଇଥିଲା। ଗତ ଅଗଷ୍ଟ ୨୧ ତାରିଖରେ ସେ ରାଜ୍ୟସଭା ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିଥିଲେ।

Tags: BjdBJPMamata Mohantanewsodisha
ShareTweetSendShare

RelatedNews

ଓଡ଼ିଶାରେ ଖଣି ଦୁର୍ନୀତି : ରାଜ୍ୟ ବିକାଶରେ ବାଧକ
Latest News

ଓଡ଼ିଶାରେ ଖଣି ଦୁର୍ନୀତି : ରାଜ୍ୟ ବିକାଶରେ ବାଧକ

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର
Latest News

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ
Latest News

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?
Latest News

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?
Latest News

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?

Latest News

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.