ସମ୍ବଲପୁର: ସିଏମ୍ କିଷାନ ଯୋଜନା ଶୁଭାରମ୍ଭ । ନୂଆଖାଇ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଆଭାସୀ ଜରିଆରେ ଦୁଇ ଉପମୁଖ୍ୟମନ୍ତ୍ରୀ, ମନ୍ତ୍ରିପରିଷଦ ସଦସ୍ୟ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଉପସ୍ଥିତ ଥିଲେ । ଆଜି ପ୍ରଥମ କିସ୍ତିରେ ପ୍ରାୟ ୪୬ ଲକ୍ଷ ଚାଷୀଙ୍କ ଖାତାକୁ ୯୨୫ କୋଟି ଟଙ୍କା ପଠାଯାଇଛି । ଚାଷୀଙ୍କ ଖାତାକୁ ଆସିଛି ‘ସିଏମ୍ କିଷାନ’ ଟଙ୍କା । ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ ଅବସରରେ ଚାଷୀଙ୍କୁ ଆକାଉଣ୍ଟକୁ ସିଏମ୍ କିଷାନ ଟଙ୍କା ପଠାଇଛନ୍ତି ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିଏମ୍ କିଷାମ ଯୋଜନାର ଶୁଭାରମ୍ଭ କରିଛନ୍ତି। ସମ୍ବଲପୁର ଗଙ୍ଗାଧର ମେହେର ବିଶ୍ବବିଦ୍ୟାଳୟ ଅଡିଟୋରିୟମରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଯୋଜନାର ଶୁଭାରମ୍ଭ କରିବା ସହ ୪୬ ଲକ୍ଷ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଏବଂ ଭୂମିହୀନଙ୍କୁ ୯୨୫ କୋଟି ଟଙ୍କାରୁ ଊର୍ଦ୍ଧ୍ବ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି। ଡିବିଟି ମାଧ୍ୟମରେ ଏହି ସହାୟତା ରାଶି ଚାଷୀଙ୍କୁ ପ୍ରଦାନ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ସିଏମ୍ କିଷାନ ପୋର୍ଟାଲର ଉନ୍ମୋଚନ କରିଛନ୍ତି । ଏହାସହ ପିଏମ୍ କିଷାନ ଯୋଜନାର ସ୍ୱତନ୍ତ୍ର ଅଭିଯାନ ସହ କୃଷକ ଓଡ଼ିଶା ୟୁନିଫାଏଡ୍ ପୋର୍ଟାଲର ମଧ୍ୟ ଉନ୍ମୋଚନ କରାଯାଇଛି।