ଆସୁଛି ବର୍ଷା, ସତର୍କ ରହିବା ଜରୁରୀ । ଗଭୀର ଅବପାତ ପ୍ରଭାବରେ ଆଜି ଉତ୍ତର ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି । ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ବାଂଲାଦେଶ ଉପରେ ସୃଷ୍ଟି ହୋଇଛି ଗଭୀର ଅବପାତ । କୋଲକତାରେ ଦକ୍ଷିଣ ଦକ୍ଷିଣପଶ୍ଚିମ ଦିଗରେ କେନ୍ଦ୍ରୀଭୂତ ରହିଛି । ଏହାର ପ୍ରଭାବରେ ଆଜି 3 ଟି ଜିଲ୍ଲାରେ ଅତିପ୍ରବଳ ବର୍ଷା ହୋଇପାରେ । ଏହି 3 ଟି ଜିଲ୍ଲା ହେଲା ମୟୁରଭଞ୍ଜ, କେନ୍ଦୁଝର ଓ ବାଲେଶ୍ବର 5 ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଭଦ୍ରକ ଯାଜପୁର କେନ୍ଦ୍ରାପଡ଼ା , ଅନୁଗୁଳ , ଢେଙ୍କାନାଳ ଜିଳ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଭଦ୍ରକ,ଯାଜପୁର , କେନ୍ଦ୍ରାପଡ଼ା , ଅନୁଗୁଳ, ଢେଙ୍କାନାଳ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି । ଏହିସବୁ ଜିଲ୍ଲାରେ ଆରେଞ୍ଜ ଓ୍ବାଣ୍ଣିଂ ଜାରି କରାଯାଇଛି ।