ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ଆସନ୍ତାକାଲି ଆସୁଛନ୍ତି । ଉଦଘାଟନ କରିବେ ସୁଭଦ୍ରା ଯୋଜନା । ସେପଟେ ୬୫ ଲକ୍ଷ ମହିଳା ସୁଭଦ୍ରା ଯୋଜନାରେ ଆବେଦନ କରିସାରିଲେଣି। ଏନେଇ ଆଜି ସୂଚନା ଦେଇଛନ୍ତି ଉପ-ମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡ଼ା। ରାଜ୍ୟର ସମସ୍ତ ଯୋଗ୍ୟ ମହିଳାଙ୍କୁ ସୁଭଦ୍ରା ଯୋଜନାରେ ଟଙ୍କା ମିଳିବ । ତେଣୁ ଯେଉଁମାନେ କରିନାହାଁନ୍ତି ସେମାନେ ଚିନ୍ତା କରନ୍ତୁ ନାହିଁ । ପ୍ରଧାନମନ୍ତ୍ରୀ ଭୁବନେଶ୍ୱରରେ ‘ସୁଭଦ୍ରା’ର ଶୁଭାରମ୍ଭ କରିବେ। ଏହି ଯୋଜନା ଅଧୀନରେ ୨୧-୬୦ ବର୍ଷ ବୟସର ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ୨୦୨୪-୨୫ରୁ ୨୦୨୮-୨୯ ମଧ୍ୟରେ ୫ ବର୍ଷ ମଧ୍ୟରେ ୫୦,୦୦୦/- ଟଙ୍କା ମିଳିବ। ଦୁଇଟି ସମାନ କିସ୍ତିରେ ବାର୍ଷିକ ୧୦,୦୦୦/- ଟଙ୍କା ହିତାଧିକାରୀଙ୍କ ଆଧାର ସକ୍ଷମ ଏବଂ ଡିବିଟି ସକ୍ଷମ ବ୍ୟାଙ୍କ ଆକାଉଣ୍ଟରେ ସିଧାସଳଖ ଜମା କରାଯିବ।