Thursday, May 15, 2025
No Result
View All Result
Odisha 365

Latest News

ଭାରତୀୟ ଗୁଇନ୍ଦା ସାଟେଲାଇଟ୍, ଯାହା ଭାରତକୁ ଦିନରାତି ସୁରକ୍ଷା ପ୍ରଦାନ କରୁଛି

POK ଖାଲି କର, ଭାରତର ଧମକକୁ ମାନିବ କି ପାକିସ୍ତାନ

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଜାତୀୟ

ରେଳ ସଂଯୋଗ ଏବଂ ଅର୍ଥନୈତିକ ଅଭିବୃଦ୍ଧି ପାଇଁ ₹ 2871 କୋଟିର ରେଳ ପ୍ରକଳ୍ପ

Ramesh Parida by Ramesh Parida
Sep 17, 2024, 11:50 pm GMT+0530
FacebookTwitterWhatsAppTelegram

ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମରେ ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡିଶା ପାଇଁ 2871 କୋଟି ମୂଲ୍ୟର ବହୁ ଗୁରୁତ୍ୱପୂର୍ଣ୍ଣ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର କରିଥିବାବେଳେ କେତେକର ଦେଶପାଇଁ ଉତ୍ସର୍ଗୀକୃତ କରିଛନ୍ତି। ଏହି ରେଳ ଭିତ୍ତିଭୂମି ପ୍ରକଳ୍ପଗୁଡ଼ିକ ସଂଯୋଗକୁ ଦୃଢ଼ୀଭୁତ କରାଇବା ସହିତ ବ୍ୟସ୍ତବହୁଳ ରେଳ ମାର୍ଗରେ ଯାତାୟାତକୁ ସହଜ କରିବାକୁ ଏବଂ ଏହି ଅଞ୍ଚଳର ସାମାଜିକ-ଅର୍ଥନୈତିକ ବିକାଶରେ ସହଯୋଗ କରିବାକୁ ଲକ୍ଷ୍ୟ ରଖିଛି | ଓଡିଶାର ଶିଳ୍ପ, ସମ୍ବଳ ସମୃଦ୍ଧ ଏବଂ ଆଦିବାସୀ ପ୍ରାଧାନ୍ୟ ଅଞ୍ଚଳରେ ରେଳ ନେଟୱର୍କକୁ ମଜବୁତ କରିବା ଉପରେ ଦୃଢତାର ସହିତ ଧ୍ୟାନ ଦେଇ ଏହି ପ୍ରକଳ୍ପଗୁଡିକ ଏହି ଅଞ୍ଚଳର ଅଭିବୃଦ୍ଧି ତଥା ଜାତୀୟ ଅର୍ଥନୀତିରେ ଏକୀକରଣ ପାଇଁ ପ୍ରସ୍ତୁତ ହୋଇଛି |

1. ବିଜୟନଗରାମ-ଟିଟିଲାଗଡ ତୃତୀୟ ଲାଇନ ପ୍ରକଳ୍ପର ଲାଞ୍ଜିଗଡ଼ ରୋଡ୍-ଆମ୍ବାଦୋଳା-ଦୋଇକାଲୁ ରେଳ ସେକ୍ସନ (25.394 KM) ଉତ୍ସର୍ଗ କରାଯାଇଛି ଯାହାର ଆନୁମାନିକ ମୂଲ୍ୟ ₹432 କୋଟି | ଏହି ଗୁରୁତ୍ୱପୂର୍ଣ୍ଣ ରେଳ ସେକ୍ସନ ବ୍ୟସ୍ତବହୁଳ ବିଜୟନଗରମ-ଟିଟିଲାଗଡ ମାର୍ଗରେ କ୍ଷମତା ବୃଦ୍ଧି କରିବା ସହିତ ପଶ୍ଚିମ ଓଡିଶା ଏବଂ ଆନ୍ଧ୍ରପ୍ରଦେଶ ମଧ୍ୟରେ ସଂଯୋଗକୁ ସୁଦୃଢ଼ କରିବ | ଏହି ପ୍ରକଳ୍ପ ଉଭୟ ଯାତ୍ରୀ ଏବଂ ପଣ୍ୟ ପରିବହନ ପାଇଁ ଉପକୃତ ହେବ ଏବଂ ଯାତ୍ରୀ ଓ ପଣ୍ୟ ପରିବହନ ସୁଗମ କରିବ |

2. କୋରାପୁଟ-ସିଙ୍ଗାପୁର ରୋଡ୍ ଦୋହରୀକରଣ ପ୍ରକଳ୍ପର ଲକ୍ଷ୍ମୀପୁର ରୋଡ୍-ସିଙ୍ଗରମ-ଟିକିରି ରେଳ ସେକ୍ସନ (22.94 KM) କୁ 260 କୋଟିରେ ନିର୍ମିତ କରାଯାଇଅଛି ଯାହା ଦକ୍ଷିଣ ଓଡ଼ିଶାରେ ଟ୍ରେନ୍ ଚଳାଚଳ କ୍ଷମତା ବୃଦ୍ଧି କରିବ | ଏହି ରେଳ ସେକ୍ସନ ଉତ୍ପାଦନ ସମୃଦ୍ଧ ଅଞ୍ଚଳରୁ ପ୍ରମୁଖ ବଜାର ପର୍ଯ୍ୟନ୍ତ ପରିବହନକୁ ଯଥେଷ୍ଟ ଉନ୍ନତ କରିବ ବୋଲି ଆଶା କରାଯାଏ |

3. ବୁଢାପଙ୍କ-ଶାଳଗାଁ ତୃତୀୟ ଏବଂ ଚତୁର୍ଥ ଲାଇନ ପ୍ରକଳ୍ପର 40.62 କିମି ଦୈର୍ଘ୍ୟ ଢେଙ୍କାନାଳ-ସଦାଶିବପୁର-ହିନ୍ଦୋଳ ରୋଡ଼ ରେଳ ସେକ୍ସନକୁ ପ୍ରାୟ ₹ 540 କୋଟି ବିନିମୟରେ ନିର୍ମାଣ କରାଯାଇଛି | ଏହି ପ୍ରକଳ୍ପ ଜଟିଳ ଶିଳ୍ପ ମାର୍ଗରେ କ୍ଷମତାକୁ ଆହୁରି ବୃଦ୍ଧି କରିବା ସହିତ ପଣ୍ୟ ପରିବାହାନକୁ ସୁଗମ ଏବଂ ଶୀଘ୍ର ପରିବହନକୁ ସୁନିଶ୍ଚିତ କରିଦକ୍ଷତା ବୃଦ୍ଧି କରାଇବ କରିବ |

4. ବଣ୍ଡାମୁଣ୍ଡା-ରାଞ୍ଚି ଦୋହରୀକରଣ ପ୍ରକଳ୍ପର 12.5 କିମି ଦୈର୍ଘ୍ୟ ବାଙ୍ଗୁରେକେଲା-ନୋଗାଓଁ ରେଳ ସେକ୍ସନ କୁ ପ୍ରାୟ 239 କୋଟି ବିନିମୟରେ ନିର୍ମାଣ କରାଯାଇଅଛି | ଏହି ଲାଇନର ଦୋହରୀକରଣ ହେବା ଦ୍ୱାରା ଯାତାୟାତ ଯଥେଷ୍ଟ ବୃଦ୍ଧି ପାଇବ ଏବଂ ଓଡିଶା ଏବଂ ଝାଡଖଣ୍ଡ ମଧ୍ୟରେ ସଂଯୋଗ ବୃଦ୍ଧି ହେବ |

ଏହି ଉତ୍ସର୍ଗ ସହିତ ମାନ୍ୟବର ପ୍ରଧାନମନ୍ତ୍ରୀ ମଧ୍ୟ ଚାରିଗୋଟି ରେଳ ପ୍ରକଳ୍ପ ପାଇଁ ଭିତ୍ତି ପ୍ରସ୍ତର କରିଛନ୍ତି ଯାହା ଓଡିଶାର ରେଳ ଭିତ୍ତିଭୂମି ବିକାଶ ପାଇଁ ଗୁରୁତ୍ୱପୂର୍ଣ୍ଣ ଅଟେ:

1. ଭୂପୃଷ୍ଠ କ୍ରସିଂକୁ ଦୂର କରିବା ପାଇଁ ସିଜୁ-ପାରାଦୀପ ଫ୍ଲାଏଓଭର (7 KM) କୁ ₹ 200 କୋଟି ମୂଲ୍ୟରେ ନିର୍ମାଣ କରାଯିବ ଯାହା ଭାରତର ପ୍ରମୁଖ ବାଣିଜ୍ୟ ହବ ମଧ୍ୟରୁ ପାରାଦୀପ ବନ୍ଦରରେ ସୁଗମ ତଥା ନିରବଚ୍ଛିନ୍ନ ଟ୍ରେନ ଚଳାଚଳକୁ ସୁନିଶ୍ଚିତ କରିବ |

2. 18.51 କିମି ଦୈର୍ଘ୍ୟ ପାରାଦୀପ-ବଡ଼ବନ୍ଧ ତୃତୀୟ ଏବଂ ଚତୁର୍ଥ ଲାଇନ ଯାହାକୁ ପ୍ରାୟ ₹ 300 କୋଟି ଟଙ୍କାରେ ନିର୍ମାଣ କରାଯିବ |  ଏହା ଉଭୟ ମାଲ ପରିବହନ ଏବଂ ଯାତ୍ରୀ ଯାତାୟାତ ପାଇଁ କ୍ଷମତା ବୃଦ୍ଧି କରିବା ସହିତ ପାରାଦୀପ ବନ୍ଦର ସହିତ ସଂଯୋଗ ବୃଦ୍ଧି କରିବ |

3. 10.93 କିମି ଦୈର୍ଘ୍ୟ MCRL ଆଭ୍ୟନ୍ତରୀଣ କରିଡର ଫେଜ -1 ର ଦୋହରୀକରଣକୁ ପ୍ରାୟ ₹152 କୋଟି ମୂଲ୍ୟରେ ନିର୍ମାଣ କରାଯିବ ଯାହାଦ୍ୱାରା ଅଧିକ କୋଇଲା ଲୋଡିଂ ପାଇଁ ସୁବିଧା ପ୍ରଦାନ କରିବା ସହିତ ଏହି ଅଞ୍ଚଳରେ ଶିଳ୍ପ ଅଭିବୃଦ୍ଧିକୁ ଅଧିକ ସମର୍ଥନ କରିବ |

4. ବହୁ ପ୍ରତୀକ୍ଷିତ 41.9 କିମି ଦୈର୍ଘ୍ୟ ଜୟପୁର-ନବରଙ୍ଗପୁର ନୂତନ ରେଳ ଲାଇନକୁ ପ୍ରାୟ ₹748 କୋଟି ମୂଲ୍ୟରେ ନିର୍ମାଣ କରାଯିବ ଯାହା ଜୟପୁର ଏବଂ ନବରଙ୍ଗପୁରର ଆଦିବାସୀ ପ୍ରାଧାନ୍ୟ ଅଞ୍ଚଳକୁ ସଂଯୋଗ କରିବ, ଅର୍ଥନୈତିକ ଅଭିବୃଦ୍ଧି ତଥା ବଜାର ଏବଂ ସମ୍ବଳକୁ ଉନ୍ନତ ସୁବିଧା ଯୋଗାଇବ | ଏହା ସହିତ ନିଯୁକ୍ତି, ବାଣିଜ୍ୟ ଏବଂ ଗତିଶୀଳତାକୁ ପ୍ରୋତ୍ସାହିତ କରି ଏହି କ୍ଷେତ୍ରର ଅର୍ଥନୈତିକ ଉନ୍ନତିରେ ଏକ ନୂତନ ପରିବର୍ତ୍ତନକାରୀ ଭୂମିକା ଗ୍ରହଣ କରିବ ବୋଲି ଆଶା କରାଯାଉଛି |

ଏହି ପ୍ରକଳ୍ପଗୁଡ଼ିକ ଓଡିଶାର ରେଳ ନେଟୱର୍କକୁ ମଜବୁତ କରିବା ସହିତ ଯାତାୟାତ ସୁବିଧା, ଶିଳ୍ପ ହବ ସହ ସଂଯୋଗକୁ ସୁଦୃଢ଼ କରିବା ଏବଂ ପ୍ରମୁଖ ମାର୍ଗରେ କ୍ଷମତା ବୃଦ୍ଧି ପାଇଁ ସରକାରଙ୍କ ପ୍ରତିବଦ୍ଧତାକୁ ପ୍ରତିଫଳିତ କରୁଅଛି | ବାଣିଜ୍ୟ, ଶିଳ୍ପ ଏବଂ ପର୍ଯ୍ୟଟନକୁ ପ୍ରୋତ୍ସାହିତ କରିବାରେ ଓଡ଼ିଶା ଦେଶର ଦ୍ରୁତ ଅର୍ଥନୈତିକ ଅଭିବୃଦ୍ଧିରେ ଭାରତୀୟ ରେଳ ଏକ ପ୍ରମୁଖ ଭୂମିକା ଗ୍ରହଣ କରିବାରେ ଲାଗିଛି |

ଏହି କାର୍ଯ୍ୟକ୍ରମରେ ଓଡିଶାର ମାନ୍ୟବର ରାଜ୍ୟପାଳ ଶ୍ରୀ ରଘୁବର ଦାସ, ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ମାନ୍ୟବର କେନ୍ଦ୍ର ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଶ୍ରୀ ଜୁଆଲ ଓରାମ ଏବଂ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀ କେ ଭି ସିଂ ଦେଓ ଏବଂ ପ୍ରଭାତୀ ପରିଡାଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଇଥିଲେ |

ShareTweetSendShare

RelatedNews

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ
Latest News

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା
Latest News

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?
Latest News

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

Latest News

ଭାରତୀୟ ଗୁଇନ୍ଦା ସାଟେଲାଇଟ୍, ଯାହା ଭାରତକୁ ଦିନରାତି ସୁରକ୍ଷା ପ୍ରଦାନ କରୁଛି

ଭାରତୀୟ ଗୁଇନ୍ଦା ସାଟେଲାଇଟ୍, ଯାହା ଭାରତକୁ ଦିନରାତି ସୁରକ୍ଷା ପ୍ରଦାନ କରୁଛି

POK ଖାଲି କର, ଭାରତର ଧମକକୁ ମାନିବ କି ପାକିସ୍ତାନ

POK ଖାଲି କର, ଭାରତର ଧମକକୁ ମାନିବ କି ପାକିସ୍ତାନ

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.