ରତ୍ନଭଣ୍ଡାରର ବୈଷୟିକ ସର୍ଭେ କରିବ ଏଏସଆଇ ଭାରତୀୟ ପତ୍ନତାତ୍ତ୍ବିକ ସର୍ବେକ୍ଷଣ ସଂସ୍ଥା ପକ୍ଷରୁ ଆସନ୍ତା ସେପ୍ଟେମ୍ବର 21,22 ଓ 23 ତାରିଖରେ ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୈ୍ଷୟିକ ସର୍ଭେ ଅନୁଷ୍ଠିତ ହେବ । ଦିନ 2 ଟାରୁ ସନ୍ଧ୍ୟା 6 ଟା ଯାଏଁ ସର୍ଭେ ପାଇଁ ସମୟ ସ୍ଥିର ହୋଇଛି । ଆସନ୍ତା ସେପଟମ୍ବର 24 ତାରିଖ ସୁଦ୍ଧା ଶ୍ରୀମନ୍ଦିର ରତ୍ନଭଣ୍ଡାରର ବାକି ଥିବେ ବୈଷୟିକ ସର୍ଭେ ଶେଷ କରିବାକୁ ଚିଠି ଲେଖିଛନ୍ତି ଶ୍ରୀ ମନ୍ଦିର ମୁଖ୍ୟ ପ୍ରଶାସକ ଡ଼. ଅରବିନ୍ଦ ପାଢୀ । ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଅନୁସାରେ ଏହା କରାଯିବ । ତେଣୁ ଏହି ତିନି ଦିନ ପାଇଁ ଶ୍ରୀଜୀଉଙ୍କ ନୀତିକାନ୍ତ ବା ସେବାପୂଜାରେ ବ୍ୟାଘାତ ନ କରି ନିରୀକ୍ଷଣ ପ୍ରକ୍ରିୟା ପାଇଁ ଆବଶ୍ୟକ ସମୟ ଦେବା ଲାଗି ବିଶେଷ ନୀତି ନିର୍ଘଣ୍ଟ ପ୍ରସ୍ତୁତ କରାଯାଇଛି । ଏହି ଦିନ ପାଇଁ ହୋଇଥିବା ବିଶେଷ ନୀତି ନିର୍ଘଣ୍ଟ ଅନୁସାରେ ଦିନ 1 ଟାରୁ ନିରୀକ୍ଷଣ କାର୍ଯ୍ୟ ଶେଷ ହେବା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ମହାପ୍ରସାଦ କ୍ରୟ କରିବାକୁ ଇଚ୍ଛୁକ ଭକ୍ତ ସିହଂଦ୍ବାର ପଟେ ବାଇଶି ପାହାଚ ଦେଇ ଆନନ୍ଦ ବଜାରରୁ ମହାପ୍ରସାଦ କ୍ରୟ କରି ଉତ୍ତର ଦ୍ବାର ପଟେ ଉକ୍ତ ସମୟରେ ପ୍ରସ୍ଥାନ କରିପାରିବେ । ଗତ 18 ତାରିଖରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ବୈଷୟିକ ସର୍ଭେ ଏ.ଏସ.ଆଇ ପକ୍ଷରୁ ଅନୁଷ୍ଠିତ ହୋଇଥିଲା । ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଅନୁସାରେ ବାହାର ଓ ଭିତର ରତ୍ନଭଣ୍ଡାର ସମସ୍ତ ଅଳଙ୍କାର ଅସ୍ଥାୟୀ ଷ୍ଟ୍ରଂଗ କୋଠରୀକୁ ସ୍ଥାନାନ୍ତରରଣ ଏବଂ ଖାଲି ଆଲମିରା ତଥା ସୁନ୍ଦୁକ ଗୁଡ଼ିକ ସ୍ଥାନାନ୍ତରିତ ହୋଇ ସାରିଛି ।