Wednesday, June 4, 2025
No Result
View All Result
Odisha 365

Latest News

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଅପରାଧ

ନିଲମ୍ବିତ ଆଇଆଇସି ଦୀନକୃଷ୍ଣ  ମିଶ୍ର ଓ 4 ପୁଲିସ କର୍ମଚାରୀଙ୍କ ନାଁରେ ଅପରାଧିକ ମାମଲା ରୁଜୁ

Ramesh Parida by Ramesh Parida
Sep 20, 2024, 12:52 pm GMT+0530
FacebookTwitterWhatsAppTelegram

ଭୁବନେଶ୍ବର: ଭରତପୁର ଥାନାରେ ଯାହା ଘଟିଛି ତାକୁ ନେଇ ସାରା ଦେଶରେ ଚର୍ଚା ଲାଗି ରହିଛି ।  ଆର୍ମି ମେଜର ଗୁରୁବଂଶ ସିଂ ଓ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ହୋଇଥିବା ନିର୍ଯ୍ୟାତନା ମାମଲାରେ ନିଲମ୍ବିତ ଆଇଆଇସି ଦୀନକୃଷ୍ଣ  ମିଶ୍ର ଓ 4 ପୁଲିସ କର୍ମଚାରୀଙ୍କ ନାଁରେ ଅପରାଧିକ ମାମଲା ରୁଜୁ କରାଯାଇଛି । କ୍ରାଇମବ୍ରାଞ୍ଚ କେସ୍ ନଂ ୧୧/୨୦୨୪ରେ ଅପରାଧିକ ମାମଲା ରୁଜୁ କରିଥିବା ଜଣାଯାଇଛି। କିଛି ଦିନ ପୂର୍ବରୁ ଏହି ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ପୁଲିସ ଡିଜି ଡିଜି ୱାଇ.ବି. ଖୁରାନିଆ ନିର୍ଦ୍ଦେଶ ଦେଇଥିଲେ। ପରେ କ୍ରାଇମବ୍ରାଞ୍ଚ ଭରତପୁର  ଥାନାକୁ ଯାଇ ଖୋଳତାଡ଼ କରିବା ସହ ନିଲମ୍ବିତ IIC ଓ ୪ ପୁଲିସ କର୍ମଚାରୀଙ୍କୁ ଜେରା କରିଥିଲା। ଏବେ ନିଲମ୍ବିତ IIC ଓ ୪ ପୁଲିସ କର୍ମଚାରୀଙ୍କ ନାଁରେ ଅପରାଧିକ ମାମଲା ରୁଜୁ ହୋଇଛି।

ଘଟଣାକ୍ରମେ ୨୨ ଶିଖ ରେଜିମେଣ୍ଟର ସେନା ଅଧିକାରୀ ମେଜର ଗୁରୁବଂଶ ସିଂହ ଓ ତାଙ୍କ ବାନ୍ଧବୀ ଗତ ଶନିବାର ବିଳମ୍ବିତ ରାତିରେ ପଟିଆରୁ କାର୍‌ରେ ଯାଉଥିଲେ। କିନ୍ତୁ ମଝି ରାସ୍ତାରେ ୨ଟି କାର୍‌ରେ କିଛି ରୋଡ୍‌ ରୋମିଓ ଆସି ସେମାନଙ୍କୁ ଦୁର୍ବ୍ୟବହାର କରିଥିଲେ। ତାଙ୍କୁ ଅସଦାଚରଣ କରିଥିଲେ ।  ଏ ସଂପର୍କରେ ଅଭିଯୋଗ କରିବା ପାଇଁ ସେମାନେ ଭରତପୁର ଥାନାକୁ ଯାଇଥିଲେ।  କିନ୍ତୁ ପୁଲିସ୍ ରୋଡ୍‌ ରୋମିଓଙ୍କୁ ଧରିବ କ’ଣ ପ୍ରଥମେ ଲିଖିତ ଏତଲା ଦାବି କରିଥିଲା। ଏହାକୁ ନେଇ ପୁଲିସ ଓ ସେନା ଅଧିକାରୀଙ୍କ ମଧ୍ୟରେ ଲାଗିଥିଲା ଯୁକ୍ତିତର୍କ। ତାହାରି ଭିତରେ ଗୁରୁବଂଶଙ୍କୁ ରାତିତମାମ୍‌ ଲକ୍‌ଅପ୍‌ରେ ରଖିଥିଲା ପୁଲିସ୍‌। ତାଙ୍କ ବାନ୍ଧବୀଙ୍କୁ ଉପସ୍ଥିତ ପୁଲିସ କର୍ମଚାରୀ ଦୁର୍ବ୍ୟବହାର କରିବା ସହ ମାଡ଼ ମାରି ଲହୁଲୁହାଣ କରିଥିବା ଗୁରୁବଂଶ ଅଭିଯୋଗ କରିଥିଲେ। କେବଳ ଏତିକି ନୁହେଁ, ଭରତପୁର ଥାନା ଆଇଆଇସି ଦୁଷ୍କର୍ମ ଧମକ ଦେଇଥିବା ମଧ୍ୟ ଅଭିଯୋଗ କରିଥିଲେ ସେନା ଅଧିକାରୀ ।

ପରବର୍ତ୍ତୀ ସମୟରେ ସେନା ଅଧିକାରୀଙ୍କ ବାନ୍ଧବୀଙ୍କୁ ଗିରଫ କରାଯାଇ ଝାରପଡ଼ା ଜେଲ୍‌କୁ ପଠାଇ ଦିଆଯାଇଥିଲା। ପୁଲିସ୍‌ର ଅତ୍ୟଧିକ ମାଡ଼ରେ ଲହୁଲୁହାଣ ହୋଇ ସେ ଏବେ ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଥିବା ବେଳେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏଥିସହିତ ତାଙ୍କ ଜାମିନ ବି ମଞ୍ଜୁର ହୋଇ ଯାଇଛି। ଏହି ଘଟଣା ଧୀରେ ଧୀରେ ଉଗ୍ର ରୂପ ଧାରଣ କରିବା ସହ ଅବସରପ୍ରାପ୍ତ ସେନା କର୍ମଚାରୀ ପୁଲିସ୍‌ର ଏପରି ବ୍ୟବହାରକୁ ତୀବ୍ର ବିରୋଧ କରିଥିଲେ। ଏହାପରେ ତତ୍‌କ୍ଷଣାତ ଆଇଆଇସିଙ୍କ ସମେତ ୫ ପୁଲିସ୍‌ କର୍ମଚାରୀଙ୍କୁ ପ୍ରଥମେ ବଦଳି ଓ ପରେ ନିଲମ୍ବିତ କରାଯାଇଥିଲା।

ଏହା ଭିତରେ କମିସନରେଟ  ପୁଲିସ ମୂଳ ଘଟଣାକୁ ନେଇ ତଦନ୍ତ ତଦନ୍ତ ଆରମ୍ଭ କରିଛି । ଡ଼ିଜିପି ଓ୍ବାଇ ବି ଖୁଆରିଆଙ୍କ ନିର୍ଦ୍ଦେଶକ୍ରମେ ଚନ୍ଦକା ଥାନା ପୁଲିସ ମୂଳ ଘଟଣାକୁ ନେଇ ମାମଲା ରୁଜୁ କରିଛି । ଘଟଣା ଦିନ ରାତିରେ ଅର୍ଥାତ 14 ତାରିଖ ରାତିରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ପଥରଗାଡ଼ିଆ ରୋଡ଼ରେ ଆକ୍ରମଣ କରିଥିବା ଦୃବୃର୍ତମାନଙ୍କଚ ଠାବ କରିବାକୁ ପୋଲିସ ଛାନଭିନ ଆରମ୍ଭ କରିଛି । ଏଣେ ଏହି ଘଟଣାକୁ ଜାତୀୟ ମହିଳା କମିସନ ଗୁରୁତ୍ବର ସହ ନେଇଛନ୍ତି । ମାମଲାକୁ ଗୋଟିଏ ସପ୍ତାହ ବିତିବାକୁ ବସୁଥିବା ବେଳେ କମିଓନରେଟ ପୁଲିସ କି କି ପଦକ୍ଷେପ ନେଇଛି । ସେସବୁର ବିସ୍ତୁତ ରିପାର୍ଟ ଦେବାକୁ ଏନସିଡ଼ବ୍ଳ୍ୟୁ ନୋଟିସରେ ଉଲ୍ଲେଖ କରିଛନ୍ତି ।

ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲା ସମଗ୍ର ରାଜ୍ୟରେ ହଇଚଇ ସୃଷ୍ଟି କରିଥିବା ବେଳେ ଆରମ୍ଭ ହୋଇଛି ରାଜନୈତିକ ବୟାନବାଜୀ। ଏହି ଘଟଣା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଜଣେ ଆର୍ମି ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଥାନା ହାଜତରେ ଦିଆଯାଇଥିବା ନିର୍ଯାତନା ନିନ୍ଦନୀୟ ବୋଲି କହିବା ସହ ଏହାର ବିଚାର ବିଭାଗୀୟ ତଦନ୍ତ ଦାବି କରିଛନ୍ତି ନବୀନ । ତୁରନ୍ତ ଏହି ଘଟଣାର ତଦନ୍ତ ସାରି ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯାଉ ବୋଲି ଦାବି କରିଛନ୍ତି ନବୀନ ।

ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ ଘଟଣାରେ ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କୁ ଚିଠି ଲେଖିଲେ ସେନା ଅଧିକାରୀ । ସେନା କମାଣ୍ଡର ଲେଫ୍ଟନାଣ୍ଟ ଜେନେରାଲ ପି.ଏସ୍ ଶେଖାୱତ ଚିଠି ଲେଖିଛନ୍ତି ।

ଭରତପୁର ଥାନାରେ ଆର୍ମି ମେଜର ଗୁରୁବଂଶ ସିଂ ଓ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ହୋଇଥିବା ନିର୍ଯାତନା ଘଟଣାକୁ ନେଇ ରାଜ୍ୟ ମହିଳା କମିସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ମହିଳା କମିସନ ନିଜ ଆଡୁ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଭରତପୁର ଥାନାରେ ତଦନ୍ତ ପାଇଁ ମହିଳା କମିସନ ଅଧ୍ୟକ୍ଷା ମିନତି ବେହେରା ଓ ତାଙ୍କ ଟିମ୍ ପହଞ୍ଚି ମାମଲା ସଂପର୍କରେ ପଚରଉଚରା କରିଥିବା ଜଣାଯାଇଛି।

ମହିଳା କମିସନ ଅଧ୍ୟକ୍ଷା ମିନତି ବେହେରା ଗଣମାଧ୍ୟମକୁ କହିଛନ୍ତି, ଶୀଘ୍ର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ନେବାକୁ ଡିସିପିଙ୍କୁ ଚିଠି କରିଛୁ। ସଠିକ ତଦନ୍ତ କରାଯାଇ ଦୋଷୀକୁ ଦଣ୍ଡ ଦିଆଯାଉ ବୋଲି ଲେଖିଛୁ। ପୀଡ଼ିତାଙ୍କୁ ନିଶ୍ଚିତ ଭାବେ ନ୍ୟାୟ ମିଳିବ ବୋଲି ମୁଁ ଆଶାବାଦୀ।

ଭରତପୁର ଥାନାରେ ଆର୍ମି ମେଜର ଗୁରୁବଂଶ ସିଂ ଓ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ହୋଇଥିବା ନିର୍ଯାତନା ଘଟଣାକୁ ନେଇ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ। ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ସେ କହିଛନ୍ତି, କ୍ରାଇମବ୍ରାଞ୍ଚକୁ ମାମଲା ହସ୍ତାନ୍ତରିତ ହେବା ପରେ ବି ଏଯାଏ ଅଭିଯୁକ୍ତଙ୍କୁ ଗିରଫ କରାଯାଇନାହିଁ। ସମ୍ପୃକ୍ତ ଆଇଆଇସିଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିବା ସହ ଆଉ କେତେ ତଥ୍ୟକୁ ଅପେକ୍ଷା କରାଯିବ ବୋଲି ପ୍ରଶ୍ନ କରିଛନ୍ତି ବିଜୟ ପଟ୍ଟନାୟକ।
ସେ ଆହୁରି କହିଛନ୍ତି, ମହିଳା ସଶକ୍ତୀକରଣ ପାଇଁ ଯୋଜନା ହେଉଛି, କିନ୍ତୁ ମହିଳା ଏଠି ଅସୁରକ୍ଷିତ। ପୁଲିସ ଝିଅର ଛାତିେର ଗୋଇଠା ମାରୁଛି। ବାପା ହିସାବରେ ମୁଁ ବ୍ୟଥିତ, ଝିଅକୁ ମାରିବାକୁ କିଏ ଅଧିକାର ଦେଲା? ନାଇଟ୍ ପାଟ୍ରୋଲିଂ ପାଇଁ କର୍ମଚାରୀ ନାହାନ୍ତି। ତେବେ ରାଜ୍ୟ ସରକାର କଣ କରୁଛନ୍ତି ବୋଲି ସେ ପ୍ରଶ୍ନ କରିଛନ୍ତି। ମହିଳା ପୁଲିସ  ନାଇଟି ପିନ୍ଧି ଓ ପୁରୁଷ ପୁଲିସ ହାଫ ପ୍ୟାଣ୍ଟ ପିନ୍ଧି ରାତିରେ ଡ୍ୟୁଟି କରୁଛନ୍ତି। ସରକାର ତୁରନ୍ତ ଏଦିଗରେ ପଦକ୍ଷେପ ନିଅନ୍ତୁ।

Tags: Army officer's fiancéeArmy Officer's Womanbharatpurpolicestationcriminal-casesEx-bharatpur IicINDIAnewsodisha
ShareTweetSendShare

RelatedNews

ପାକିସ୍ତାନରେ ଆତଙ୍କବାଦୀଙ୍କୁ କିଏ ମାରୁଛି ଗୁଳି
Latest News

ପାକିସ୍ତାନରେ ଆତଙ୍କବାଦୀଙ୍କୁ କିଏ ମାରୁଛି ଗୁଳି

ପତ୍ନୀଙ୍କୁ ହତ୍ୟା କରି ସୁଟକେସରେ ଭର୍ତ୍ତି କଲା ସ୍ବାମୀ
ଅପରାଧ

ପତ୍ନୀଙ୍କୁ ହତ୍ୟା କରି ସୁଟକେସରେ ଭର୍ତ୍ତି କଲା ସ୍ବାମୀ

ଆମେରିକାରେ ହିନ୍ଦୁ ମନ୍ଦିିରରେ ଅଜଣା ବ୍ୟକ୍ତିଙ୍କ ଭଙ୍ଗାରୁଜା
ଅପରାଧ

ଆମେରିକାରେ ହିନ୍ଦୁ ମନ୍ଦିିରରେ ଅଜଣା ବ୍ୟକ୍ତିଙ୍କ ଭଙ୍ଗାରୁଜା

ଜୁଲାଇ 3ରୁ ଅମରନାଥ ଯାତ୍ରା କରିପାରିବେ ଶ୍ରଦ୍ଧାଳୁ
ଅପରାଧ

ଜୁଲାଇ 3ରୁ ଅମରନାଥ ଯାତ୍ରା କରିପାରିବେ ଶ୍ରଦ୍ଧାଳୁ

କାହିଁକି ଗୋଟିଏ ପରିବାରର ତିନି ଜଣଙ୍କୁ ହତ୍ୟା କଲା ସାନପୁଅ ?
Latest News

କାହିଁକି ଗୋଟିଏ ପରିବାରର ତିନି ଜଣଙ୍କୁ ହତ୍ୟା କଲା ସାନପୁଅ ?

Latest News

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ଛତିଶଗଡ଼ରେ ନକ୍ସଲବାଦୀଙ୍କ ବିରୋଧରେ ଲଢ଼େଇ ନିର୍ଣ୍ଣାୟକ ମୋଡ଼ରେ

ନକ୍ସଲ ଆନ୍ଦୋଳନ ଏବେ ଦୁର୍ବଳ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

ଭାରତ ବିଶ୍ବର ଚତୁର୍ଥ ଅର୍ଥନୈତିକ ଶକ୍ତି: ଜିଡିପି 6 ପ୍ରତିଶତ ଅଭିବୃଦ୍ଧିର କାରଣ କଣ ହୋଇପାରେ ?

ଭାରତ ବିଶ୍ବର ଚତୁର୍ଥ ଅର୍ଥନୈତିକ ଶକ୍ତି: ଜିଡିପି 6 ପ୍ରତିଶତ ଅଭିବୃଦ୍ଧିର କାରଣ କଣ ହୋଇପାରେ ?

ସ୍ୱାଧୀନତା ପରେ ଭାରତ କେତେ ସୀମାନ୍ତ ଅଞ୍ଚଳ ହରାଇଛି?

ସ୍ୱାଧୀନତା ପରେ ଭାରତ କେତେ ସୀମାନ୍ତ ଅଞ୍ଚଳ ହରାଇଛି?

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.