Saturday, June 7, 2025
No Result
View All Result
Odisha 365

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଇତିହାସ ଏବଂ ସଂସ୍କୃତି

‘ଏକାତ୍ମ ମାନବ ଦର୍ଶନ’ ହେଉଛି ଆମର ମୂଳ ଆଧାର

Ramesh Parida by Ramesh Parida
Sep 26, 2024, 12:20 am GMT+0530
FacebookTwitterWhatsAppTelegram

ଭୁବନେଶ୍ୱର : ମହାନ ରାଷ୍ଟ୍ରବାଦୀ, ଜନନାୟକ, ଦାର୍ଶନିକ, ଭାରତୀୟ ଜନସଂଘର ପ୍ରତିଷ୍ଠାତା ସାଧାରଣ ସଂପାଦକ, ବିଜେପିର ମାର୍ଗଦର୍ଶକ ତଥା ଏକାତ୍ମ ମାନବ ଦର୍ଶନର ସ୍ରଷ୍ଟା ପଣ୍ଡିତ ଦୀନଦୟାଲ ଉପଧ୍ୟାୟଙ୍କ ୧୦୯ ତମ ଜନ୍ମ ଜୟନ୍ତୀକୁ ଦେଶବ୍ୟାପୀ ପାଳନ କରାଯାଉଛି । ଏହି ଅବସରରେ ଆଜି ପାର୍ଟୀ ତରଫରୁ ରାଜ୍ୟର ପ୍ରତ୍ୟେକ ବୁଥରେ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ ଏବଂ ତାଙ୍କ ଜୀବନ ଓ ଯୋଗଦାନ ବିଷୟରେ ସ୍ମୃତିଚାରଣ କରାଯାଇଛି ।

ପାର୍ଟୀର ସାଂଗଠନିକ ମହାପାର୍ବ – ୨୦୨୪ କୁ ଗୁରୁତ୍ୱ ଦିଆଯାଇ ଏହି ଅବସରରେ ସଦସ୍ୟତା ଅଭିଯାନକୁ ଗତିଶୀଳ କରାଯାଇଛି । ଏଥି ସହ ପ୍ରତ୍ୟେକ ବୁଥସ୍ତରରେ ‘ମାଁ ପାଇଁ ଗଛଟିଏ ଅଭିଯାନ’ ଅନ୍ତର୍ଗତ ବୃକ୍ଷରୋପଣ କରାଯାଇଛି । ଏହି କାର୍ଯ୍ୟକ୍ରମରେ ବୁଥରୁ ଆରମ୍ଭ କରି ରାଜ୍ୟସ୍ତରର ପ୍ରତ୍ୟେକ କାର୍ଯ୍ୟକର୍ତା ନିଜ ନିଜ ଅଂଚଳରେ ଉପସ୍ଥିତ ରହି ସଦସ୍ୟତା ଅଭିଯାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ ।
ମାନନୀୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରରେ ଏବଂ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଚାନ୍ଦବାଲିରେ ଅନୁଷ୍ଠିତ ଦୀନଦୟାଲ ଜୟନ୍ତୀ ପାଳନ ଉତ୍ସବରେ ଯୋଗ ଦେଇଥିଲେ ।
‘ଏକାତ୍ମ ମାନବ ଦର୍ଶନ’ ହେଉଛି ଆମର ମୂଳ ଆଧାର ଏବଂ ‘ଅନ୍ତ୍ୟୋଦୟ’ ହେଉଛି ସଂକଳ୍ପ । କ୍ଷମତା କେବଳ ଏକ ମାତ୍ର ଲକ୍ଷ୍ୟ ନୁହେଁ, ଜନସେବା ହେଉଛି ମୂଳ ଲକ୍ଷ୍ୟ । ରାଜ୍ୟରେ ବର୍ତମାନ ବିଜେପିର ଡବଲ ଇଂଜିନ ସରକାର । ସଶକ୍ତ ଓ ସ୍ୱାବଲମ୍ବୀ ଓଡିଶା ଗଠନ କରିବା ଆମର ପ୍ରାଥମିକତା । ଓଡିଶାବାସୀଙ୍କ ବିପୁଳ ସମର୍ଥନ କାରଣରୁ ‘ବିକଶିତ ଓଡିଶାର ମୁଳଦୁଆ’ ପଡିସାରିଛି ।

୨୦୩୬ ସୁଦ୍ଧା ଓଡିଶା ବିକଶିତ ହେବ ଏବଂ ୨୦୪୭ ସୁଦ୍ଧା ବିକଶିତ ଭାରତ ଗଠନରେ ଓଡିଶା ରାଜ୍ୟ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିବ ବୋଲି ମାନନୀୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ମାଝୀ କହିଛନ୍ତି । ଏହି ଅବସରରେ ଏକାମ୍ର ଭୁବନେଶ୍ୱର ନିର୍ବାଚନମଣ୍ଡଳୀର ୫୪ ଓ ୫୫ନଂ ବୁଥ ବାସିନ୍ଦାଙ୍କୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସଦସ୍ୟତା ଗ୍ରହଣ କରାଇଥିଲେ । ଏଥି ସହ ବିଧାୟକ ବାବୁ ସିଂଙ୍କ ସମେତ ପାର୍ଟୀର ଅନେକ କାର୍ଯ୍ୟକର୍ତାଙ୍କ ଉପସ୍ଥିତିରେ ବୃକ୍ଷରୋପଣ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଯୋଗ ଦେଇଥିଲେ ।
ସ୍ୱଦେଶୀ ଭାବନା ଓ ଭାରତୀୟ ସଂସ୍କୃତି ଆଧାରିତ ରାଷ୍ଟ୍ରଚିନ୍ତନକୁ ଦୃଢ ଓ ତଥ୍ୟ ପୂର୍ଣ୍ଣ ଅର୍ଥରେ ପରିପ୍ରକାଶ କରି ଏହାର ମହାନତାକୁ ସାବ୍ୟସ୍ତ କରିବା ହେଲା ଏକାତ୍ମ ମାନବବାଦର ମୂଳ ଲକ୍ଷ୍ୟ । ଭାରତୀୟ ଜନସଂଘ ଦଳର ନୀତି ଓ ସିଦ୍ଧାନ୍ତ ଉପସ୍ଥାପନା କରିବାକୁ ଯାଇ ଦୀନଦୟାଲଜୀ ଏକାତ୍ମ ମାନବବାଦ ଦର୍ଶନ ପ୍ରସ୍ତୁତ କରିଥିଲେ । ୧୯୮୫ ମସିହାରେ ଭାରତୀୟ ଜନତା ପାର୍ଟି ନିଜର ବୈଚାରିକ ସିଦ୍ଧାନ୍ତ ଭାବରେ ଗ୍ରହଣ କରି ଏହାକୁ ପଂଚନିଷ୍ଠାରେ ସ୍ଥାନିତ କରିଛି । ପରବର୍ତୀ ସମୟରେ ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ସ୍ୱର୍ଗତଃ ଅଟଳ ବିହାରୀ ବାଜପେୟୀ ଏବଂ ବର୍ତମାନ ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଏହି ମହାନ ଦର୍ଶନକୁ ଆଧାର କରି ଦେଶ ତଥା ଦେଶବାସୀଙ୍କ କଲ୍ୟାଣ ପାଇଁ କାର୍ଯ୍ୟ କରୁଛନ୍ତି ।

ସମାଜର ସବୁଠୁ ତଳସ୍ତରରେ ବାସ କରୁଥିବା ଲୋକଙ୍କ ପାଖରେ ସମସ୍ତ ସରକାରୀ ବ୍ୟବସ୍ଥା ପହଂଚାଇବା ହେଉଛି ମୂଳ ଉଦ୍ଦେଶ୍ୟ । ପଣ୍ଡିତ ଦୀନଦୟାଲ ଉପଧ୍ୟାୟଜୀଙ୍କ ଅନ୍ତ୍ୟୋଦୟ ଯୋଜନାର ଚିନ୍ତାଧାରାକୁ କାର୍ଯ୍ୟକାରୀ କରିବାର ପ୍ରୟାସ ଜାରୀ ରଖିଛନ୍ତି ପ୍ରଧାନମନ୍ତ୍ରୀ ମୋଦିଜୀ । ସମାଜର ଅନ୍ତିମ ସୋପାନରେ ଥିବା ଲୋକଙ୍କ କଲ୍ୟାଣ ଓ ବିକାଶ ପାଇଁ ରାଜ୍ୟରେ ବିଜେପି ସରକାର ପ୍ରତିଶୃତିବଦ୍ଧ ବୋଲି ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ କହିଛନ୍ତି । ଭଦ୍ରକ ଜିଲ୍ଲା ଚାନ୍ଦବାଲି ନିର୍ବାଚନ ମଣ୍ଡଳୀର ୧୮୫,୧୮୬ ଓ ୧୮୮ ବୁଥରେ ଘର ଘର ବୁଲି ସଦସ୍ୟତା ଅଭିଯାନରେ ସାମିଲ ହୋଇଥିଲେ ।

ସେହିପରି ରାଜ୍ୟ କାର୍ଯ୍ୟାଳୟଠାରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତି ପ୍ରଭାତୀ ପରିଡା, ସେବା ପକ୍ଷ ରାଜ୍ୟ ସଂଯୋଜକ ତଥା ପୂର୍ବତନ ରାଜ୍ୟସଭାପତି ଶ୍ରୀ ବିମ୍ବାଧର କୁଅଁରଙ୍କ ଉପସ୍ଥିତିରେ ପଣ୍ଡିତ ଦୀନଦୟାଲଜୀଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରାଯାଇ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ରାଜ୍ୟ ସାଧାରଣ ସମ୍ପାଦକ (ସଂଗଠନ) ଶ୍ରୀ ମାନସ କୁମାର ମହାନ୍ତି, ବରିଷ୍ଠ ନେତା ଡ. ପୂର୍ଣ୍ଣ ଚନ୍ଦ୍ର ମଲ୍ଲିକ, ଭୁବନେଶ୍ୱର ଜିଲ୍ଲା ସଭାପତି ନିରଞ୍ଜନ ମିଶ୍ର, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟା ଶ୍ରୀମତୀ କାନନବାଳା ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ ।

Tags: Antyodaya DiwasDeendayal UpadhyayModiodishaTOP NEWS
ShareTweetSendShare

RelatedNews

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର
Latest News

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ
Latest News

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?
Latest News

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?
Latest News

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?

ରାଜ୍ୟରେ କାଳବୈଶାଖୀ ବର୍ଷା ନେଇ ଆଲର୍ଟ
Latest News

ଆହୁରି ୪ ଦିନ କାଳବୈଶାଖୀ

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.