ଆଗାମୀ ଅକ୍ଟୋବର 9 ତାରିଖରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ ଟଙ୍କା ମିଳିବ ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । 40 ଲକ୍ଷରୁ ଅଧିକ ମହିଳାଙ୍କୁ ମିଳିବ ଏହି ଅର୍ଥ । ଆସନ୍ତା 7 ତାରିଖ ସୁଦ୍ଧା ନାମ ପଞ୍ଜିକରଣ କରିଥିବା ମହିଳାଙ୍କୁ ଏହି ଟଙ୍କା ଦିଆଯିବ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାରିପଦାରେ ଏହାର ଶୁଭାରମ୍ଭ କରିବେ ବୋଲି ସେ ସୂଚନା ଦେଇଛନ୍ତି ।
ଉଲ୍ଲେଖଯୋଗ୍ୟ 2 ଦିନିଆ ଜିଲ୍ଲାପାଳ ସମ୍ମିଳନୀର ଉଦଘାଟନୀ ଅଧିବେସନ ପରେ ଦ୍ବିତୀୟ ଅଧିବେଶନରେ ସୁଭଦ୍ରା ଯୋଜନାର କାର୍ଯ୍ୟକାରିତା ସମ୍ବନ୍ଧରେ ଉପସ୍ଥାପନା କରାଯାଇଥିଲା । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଉପସ୍ଥିତିରେ ମହିଳା ଶିଶୁ ବିକାଶ ବତଭାଗର ପ୍ରମୁଖ ଶାସନ ସଚିବ ଶୁଭା ଶର୍ମା ଏସଂପର୍କିତ ଉପସ୍ଥାପନା କରିଥିଲେ । ସୁଭଦ୍ର ଯୋଜନାରେ ସଫଳ କାର୍ଯ୍ୟକାରିତା ପାଇଁ ସେ ସମସ୍ତ ଜିଳ୍ଲାପାଳକୁ ଧନ୍ୟବାଦ ଜଣାଇଥିଲେ । ଏଥିରେ ଦର୍ଶାଯାଇଥିଲା ଯେ ଅଦ୍ୟାବଧି ଛାପା ଯାଇଥିବା 1 କୋଟି 98 ଳକ୍ଷ 34 ହଜାର 176 ସୁଭଦ୍ରା ଆବେଦନ ଫର୍ମ ମଧ୍ୟରୁ 1 କୋଟି 57 ଲକ୍ଷ 1 ହଜାର 55 ଫର୍ମ ବଣ୍ଟନ କରାଯାଇଛି ।