ଓଡ଼ିଶାରେ ଜାତୀୟ ଶିକ୍ଷା ନୀତି -2020 କାର୍ଯ୍ୟକାରୀ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏଥିପାଇଁ ଉନ୍ନୟନ କମିଶନଙ୍କ ଅଧ୍ୟକ୍ଷତାରେ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଟାସ୍କଫୋର୍ସ ପୁର୍ନଗଠନ କରାଯାଇଛି । ଏହା ସହିତ 6 ଟି ଥିମେଟିକ ସବକମିଟି ଗଠିତ ହୋଇଥିବା ସୂଚନା ଦିଆଯାଇଛି । ଟିଚର୍ସ ଏଜୁକେସନ ଆଣ୍ଡ ଏସସିଇଆରଟି ନିର୍ଦ୍ଦେଶକଙ୍କୁ ଜାତୀୟ ଶିକ୍ଷା ନୀତି 2020 ନୋଡ଼ାଲ ଅଫିସର ଏବଂ ସ୍କୁଲ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବଙ୍କୁ ଆବାହକ ସଦସ୍ୟ ଭାବେ ସାମିଲ କରାଯାଇଛି ।
ଆଜି ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ଜାତୀୟ ଶିକ୍ଷା ନୀତି 2020 କୁ ରାଜ୍ୟରେ କାର୍ଯ୍ୟକାରୀ କରିବା ନିମନ୍ତେ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏକ ଟାସ୍କଫୋର୍ସ ପୁର୍ନଗଠନ କରାଯାଇଛି । ଏହି ଟାସ୍କଫୋର୍ସରେ ସ୍କୁଲ ଓ ଗଣଶିକ୍ଷା ବିଭାଗର ସଚିବ , ଅନୁସୂଚିତ ଜାତି ଓ ଜନଜାତି ବିଭାଗର ପ୍ରମୁଖ ସଚିବ, ପଂଚାୟତିରାଜ ବିଭାଗର ପ୍ରମୁଖ ସଚିବ,ଅର୍ଥ ବିଭାଗର ପ୍ରମୁଖ ସଚିବ, ମହିଳା ଓ ଶିଶୁ ବିକାଶ ବିଭାଗର ପ୍ରମୁଖ ସଚିବ, ଦକ୍ଷତାବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ପ୍ରମୁଖ ସଚିବ, କ୍ରୀଡ଼ା ଓ ଯୁବବ୍ୟାପାର ବିଭାଗର ପ୍ରମୁଖ ସଚିବ, ଉଚ୍ଚଶିକ୍ଷା ବିଭାଗର ସଚିବ, ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ, ଭୁବନେଶ୍ୱରସ୍ଥିତ ରିଜିଓନାଲ ଇନଷ୍ଟିଚ୍ୟୁଟ୍ ଅଫ ଏଜୁକେସନର ପ୍ରନ୍ସିପାଲଙ୍କୁ ଏକ୍ସଅଫିସୋ ସଦସ୍ୟ ଭାବେ ସାମିଲ କରାଯାଇଛି ।